Latest Odisha News

BREAKING NEWS

ଉପନ୍ୟାସ ଅସ୍ଥିର ପାଦ ପାଇଁ ସରୋଜିନୀ ସାହୁ ପାଇବେ ୪୫ ତମ ଶାରଳା ପୁରସ୍କାର

ଭୁବନେଶ୍ୱର : ବିଶିଷ୍ଟ ଲେଖିକା ସରୋଜିନୀ ସାହୁ ଉପନ୍ୟାସ ବାମାପାଦ ପାଇଁ ୪୫ତମଶାରଳା ପୁରସ୍କାର ପାଇବା ପାଇଁ ମନୋନୀତ ହୋଇଛନ୍ତି । ପ୍ରତି ବର୍ଷ ଇମ୍ଫା ଚାରିଟେବଲ ଟ୍ରଷ୍ଟ (ଇମ୍ପାକ୍ଟ) ପକ୍ଷରୁ ପ୍ରଦାନ କରାଯାଉଥିବା ଏହି ମର୍ଯ୍ୟାଦାଜନକ ପୁରସ୍କାରରେ ଲେଖିକାଙ୍କୁ ଉତ୍ତରୀୟ, ସମ୍ମାନପତ୍ର, ଫଳକ ସହିତ ପାଞ୍ଚଲକ୍ଷ ଟଙ୍କାର ଅର୍ଥରାଶି ପ୍ରଦାନ କରାଯିବ। ‘ଅସ୍ଥିର ପାଦ’ ଉପନ୍ୟାସଟି ୨୦୧୯ ମସିହାରେ ସୃଜନ ଇଣ୍ଡିଆ ଦ୍ଵାରା ପ୍ରକାଶିତ।

ପୂର୍ବରୁ ଶ୍ରୀମତୀ ସାହୁ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର, ଝଙ୍କାର ପୁରସ୍କାର (କ୍ଷୁଦ୍ରଗଳ୍ପ), ଫକୀର ମୋହନ କ୍ଷୁଦ୍ରଗଳ୍ପ ସମ୍ମାନ, ଭୁବନେଶ୍ୱର ପୁସ୍ତକମେଳା ପୁରସ୍କାର, ଅଖିଳ କଥା ସମ୍ମାନ, ପ୍ରଜାତନ୍ତ୍ର ପୁରସ୍କାର, ଲାଡ଼ଲି ମେଡ଼ିଆ ଆୱାର୍ଡ଼ ସହିତ ଆହୁରି ଅନେକ ପୁରସ୍କାର ଓ ସମ୍ମାନରେ ସମ୍ମାନିତ ହୋଇଛନ୍ତି ।

ଏଥିସହିତ କଳା କ୍ଷେତ୍ରରେ ଜୀବନବ୍ୟାପି ସାଧନାର ଉତ୍କର୍ଷ ପାଇଁ ପ୍ରତିବର୍ଷ ଇମ୍ଫା ଚାରିଟେବଲ ଟ୍ରଷ୍ଟ ପକ୍ଷରୁ ପ୍ରଦାନ କରାଯାଉଥିବା ‘ଇଲା-ବଂଶୀଧର ପଣ୍ଡା କଳା ସମ୍ମାନ’ ମଧ୍ୟ ୨୦୨୪ ମସିହା ପାଇଁ ଘୋଷିତ ହୋଇଛି। ବିଖ୍ୟାତ ଭାସ୍କର୍ଯ୍ୟଶିଳ୍ପୀ ସୁଦର୍ଶନ ସାହୁ ଏବଂ ପ୍ରସିଦ୍ଧ କଣ୍ଠଶିଳ୍ପୀ ତାନସେନ୍‍ ସିଂଙ୍କୁ ଚଳିତ ବର୍ଷ ଏହି ପୁରସ୍କାର ପ୍ରଦାନ କରାଯିବ। ପୁରସ୍କାର ବାବଦରେ ଉଭୟଙ୍କୁ ଦୁଇଲକ୍ଷ ଟଙ୍କାର ଅର୍ଥରାଶି ସହ ମାନପତ୍ର ଓ ଫଳକ ପ୍ରଦାନ କରାଯିବ। ସଙ୍ଗୀତ ବିଭାଗରେ ସୁସ୍ମିତା ଦାସ, ରତିକାନ୍ତ ଶତପଥୀ, ଶରତ ନାୟକ ଏବଂ ଚିତ୍ରକଳା ବିଭାଗରେ ପଞ୍ଚମୀ ମାନୁ ଉକୀଲ, ସତ୍ୟଭୂଷଣ ହୋତା ଓ ବୀରେନ୍ଦ୍ର ପାଣି ବିଚାରକ ଥିଲେ।

 

ସୂଚନାଯୋଗ୍ୟ ଯେ ବିଶିଷ୍ଟ ଶିଳ୍ପପତି ବୈଜ୍ଞାନିକ ଡ. ବଂଶୀଧର ପଣ୍ଡା ଓ ତାଙ୍କର ସହଧର୍ମିଣୀ କଳାବିଦୁଷୀ ଇଲା ପଣ୍ଡାଙ୍କର କଳାତ୍ମକ ଚେତନାର ଫଳଶ୍ରୁତି ହେଉଛି ଶାରଳା ପୁରସ୍କାର ଉତ୍ସବ । ୧୯୮୦ ମସିହାରୁ ପ୍ରଦାନ କରାଯାଇଆସୁଥିବା ଶାରଳା ପୁରସ୍କାର ୪୫ ବର୍ଷ ଧରି ଏହାର ଅଭିଯାତ୍ରା ଜାରି ରଖିଛି ।

Leave A Reply

Your email address will not be published.