Latest Odisha News

BREAKING NEWS

ଆସୁଛି ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ଵର: ଆସୁଛି ଆଉ ଏକ ଲଘୁଚାପ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଆଖପାଖ ଅଞ୍ଚଳରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ପ୍ରଭାବରେ ରାଜ୍ୟରେ ବଢିବ ବର୍ଷାର ପରିମାଣ । ୩ ଦିନ ଧରି ରାଜ୍ୟରେ ବର୍ଷା ଲାଗି ରହିବା ନେଇ ସମ୍ଭାବନା ରହିଛି । ସେପଟେ ଆଜି ପାଇଁ ୧୭ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

ଆସନ୍ତା ୨୩ ତାରିଖରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ୨୪ ତାରିଖରେ ଏହା ଅବପାତ ରୂପ ନେଇପାରେ । ୨୫ରେ ଓଡ଼ିଶା  ଉପକୂଳ ସଂଲଗ୍ନରେ ରହିବ । ୨୪ ତାରିଖରେ ଉତ୍ତର ଓଡି଼ଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଭାରି ବର୍ଷା ହେବାର ସମ୍ଭାବନା ରହିଛି। ୨୬ ତାରିଖ ପରେ ପାଗରେ ପୁଣି ପରିବର୍ତ୍ତନ ହେବାର ସମ୍ଭାବନା ରହିଛି। ଆସନ୍ତା ୨୩ ତାରିଖରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ରାଜ୍ୟରୁ ପ୍ରତ୍ୟାବର୍ତ୍ତନ କରୁଥିବା ପାଣିପାଗ ବିଭାଗ ସୂଚନା ଦେଇଛି।

ଏହାର ପ୍ରଭାବରେ ଆଜି ପାଇଁ ମାଲକାନଗିରି, କୋରାପୁଟ, ଢେଙ୍କାନାଳ, ଅନୁଗୁଳ, କଟକ, କେନ୍ଦ୍ରାପଡ଼ା, ପୁରୀ, ଜଗତସିଂହପୁର, ଖୋର୍ଦ୍ଧା ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଆସନ୍ତାକାଲି ପାଇଁ ମାଲକାନଗିରି, କୋରାପୁଟ, ବାଲେଶ୍ବର, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ, କେନ୍ଦ୍ରପଡ଼ା, ଯାଜପୁର, କଟକ, ଜଗତସିଂହପୁର, ଢେଙ୍କାନାଳ ଓ ଅନୁଗୁଳ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

 

Comments are closed.