Latest Odisha News

BREAKING NEWS

ଘଡଘଡି ସହ ପ୍ରବଳ ବର୍ଷା: ୩ ଘଣ୍ଟା ପାଇଁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ବର: ଆଗାମୀ ୩ ଘଣ୍ଟା ପ୍ରବଳ ବର୍ଷା ସହ ଘଡଘଡି ସମ୍ଭାବନା । ଏନେଇ ୧୨ ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା ନେଇ ୩ ଘଣ୍ଟା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । କଟକ, ଖୋର୍ଦ୍ଧା, ଭୁବନେଶ୍ବର, ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ନବରଙ୍ଗପୁର, କେନ୍ଦ୍ରାପଡ଼ା ଜିଲ୍ଲାକୁ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ତେବେ ଏଥିସହିତ ଘଣ୍ଟାକୁ ୩୦ରୁ ୪୦ କିମି ବେଗରେ ପବନ ବହିବା ନେଇ ମଧ୍ୟ ସତର୍କ କରାଇଛି ପାଣିପାଗ ବିଭାଗ । ଏଥିପାଇଁ ଜରୁରୀ କାମ ନଥିଲେ ଲୋକଙ୍କୁ ଘରୁ ନବାହାରିବା ପାଇଁ ପରାମର୍ଶ ଦିଆଯାଇଛି ।

Leave A Reply

Your email address will not be published.