Latest Odisha News

BREAKING NEWS

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର

ପାରାଦୀପ: କୁଜଙ୍ଗ କୋଠିଆସାହି ହମ୍ପ୍ସ ନିକଟରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ । ତାଳଦଣ୍ଡାରୁ ଘରକୁ ଫେରିଲା ବେଳେ ଜଣେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ କୁଜଙ୍ଗ ପ୍ରାଥମିକ ଚିକିତ୍ସାଳରେ ଭର୍ତ୍ତି କରାଯିବା ପରେ କଟକ ବଡ଼ ମେଡିକାଲ୍‌କୁ ସ୍ଥାନାନ୍ତର କରାଯାଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତସନ୍ତ ଆରମ୍ଭ କରିଛି ।

ସୂଚନା ଅନୁସାରେ, ଗତକାଲି ରାତିରେ ବଳରାମପୁର ଗାଁର ଜଣେ ଯୁବକ ଳଦଣ୍ଡାରୁ ନିଜ ଘରକୁ ଫେରୁଥିବା ବେଳେ ୧୦/୧୫ ଜଣ ଯୁବକ ତାଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ। ଗୁରୁତର ଅବସ୍ଥାରେ ରାସ୍ତାକଡରୁ ତାଙ୍କୁ ଉଦ୍ଧାର କରି କୁଜଙ୍କ ପ୍ରାଥମିକ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ ସ୍ଥାନୀୟ ଲୋକ । ତେବେ ଯୁବକଙ୍କ ମୁଣ୍ଡରେ ଗଭୀର କ୍ଷତ ସୃଷ୍ଟି ହେବା ସହ ହାତ ଗୋଡ ଭାଙ୍ଗିଯାଇଛି । ତୁରନ୍ତ ତାଙ୍କୁ ସେଠାରୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା । ଖବରପାଇ ପୋଲିସ ତଦନ୍ତ ଆରମ୍ଭ କରିଥିବା ବେଳେ ସନ୍ଦେହରେ କିଛି ଯୁବକଙ୍କୁ ଅଟକ ରଖି ପଚରାଉଚରା କରୁଛି। ତେବେ ପ୍ରାଥମିକ ତଦନ୍ତରୁ ପୂର୍ବ ଶତ୍ରୁତାରୁ ଏଭଳି ଆକ୍ରମଣ ହୋଇଥିବା ନେଇ ସନ୍ଦେହ କରାଯାଉଛି ।

Leave A Reply

Your email address will not be published.