Latest Odisha News

BREAKING NEWS

ଭରତପୁର ମାମଲାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର: ଭରତପୁର ମାମଲାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି l ତଦନ୍ତ ନିର୍ଦ୍ଦେଶ ବିଜ୍ଞପ୍ତି ପ୍ରକାଶ କଲା ଗୃହ ବିଭାଗ l ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ ଅଧ୍ୟକ୍ଷତାରେ ତଦନ୍ତ ନେଇ ବିଜ୍ଞପ୍ତି ପ୍ରକାଶ କରିଛି ଗୃହ ବିଭାଗ l ଯୁବତୀ, ମେଜର, ପୋଲିସଙ୍କୁ ଦୁର୍ବ୍ୟବହାର ଓ ମାଡ଼ ଅଭିଯୋଗ ସହ ଭରତପୁର ଥାନା, କ୍ରାଇମବ୍ରାଞ୍ଚ ଓ ଚନ୍ଦକା ଥାନା ମାମଲାର ତଦନ୍ତ ନିର୍ଦ୍ଦେଶ ଦେଇଛି ଗୃହ ବିଭାଗ l ସମସ୍ତ ଅଭିଯୋଗକୁ ବିଚାରକୁ ନେଇ ତଦନ୍ତ କରିବାକୁ ସୁପାରିସ୍‌ କରିଛି ଗୃହ ବିଭାଗ l

ଗୃହ ବିଭାଗ ଦ୍ୱାରା ପ୍ରକାଶିତ ବିଜ୍ଞପ୍ତିରେ ବ୍ୟକ୍ତିବିଶେଷ ଓ କର୍ତ୍ତୃପକ୍ଷଙ୍କ ଦାୟିତ୍ବବୋଧ ତଦନ୍ତ ପରିସରଭୁକ୍ତ କରିବାକୁ କୁହାଯାଇଛି l ଯଦି ଏହି ଘଟଣା ସହ ଆଉ କିଛି ଜଡ଼ିତ ଥାଏ ତେବେ କମିଶନ ତଦନ୍ତ କରିପାରିବେ ବୋଲି କୁହାଯାଇଛି l ଭବିଷ୍ୟତରେ ଯେପରି ଘଟଣାର ପୁନରାବୃତ୍ତି ନ ହେବ ସେନେଇ ପରାମର୍ଶ ଲୋଡ଼ା l ଏଥିସହ ମହିଳାଙ୍କ ନିରାପତ୍ତା ଓ ସୁରକ୍ଷା ନେଇ ମଧ୍ୟ ପରାମର୍ଶ ଲୋଡିଲେ l କମିଶନଙ୍କ ମୁଖ୍ୟାଳୟ ଭୁବନେଶ୍ବରରେ ରହିବାକୁ ବିଜ୍ଞପ୍ତିରେ ଉଲ୍ଲେଖ ଅଛି l ତେବେ ଯଦି କମିଶନ ଆବଶ୍ୟକ ମଣିବେ ତେବେ ଅନ୍ୟ ସ୍ଥାନକୁ ଯାଇ ତଦନ୍ତ କରିପାରିବେ ବୋଲି କହିଛନ୍ତି ଗୃହ ବିଭାଗ l ଗତକାଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜଷ୍ଟିସ୍ ଚିତ୍ତରଞ୍ଜନ ଦାଶଙ୍କ ଅଧ୍ୟକ୍ଷତାରେ ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ । ୬୦ ଦିନ ମଧ୍ୟରେ କମିଶନ ରିପୋର୍ଟ ଦେବାପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ସୂଚନାଯୋଗ୍ୟ ଯେ, ମିଳିଥିବା ସୂଚନା ଅନୁଯାୟୀ, ମେଜର ଏବଂ ତାଙ୍କ ବାନ୍ଧବୀ ଥାନାରେ ପୁଲିସ ଅଧିକାରୀଙ୍କ ସହ ମୁହାଁମୁହିଁ ହେବା ପରେ ବିବାଦ ଆରମ୍ଭ ହୋଇଥିଲା। ଭୁବନେଶ୍ୱର ଡିସିପି ପ୍ରତୀକ ସିଂହ ଙ୍କ କହିବାନୁଯାୟୀ, ମହିଳା ଜଣକ ଆକ୍ରମଣାତ୍ମକ ଥିଲେ, ନିଶାଗ୍ରସ୍ତ ଦେଖାଯାଉଥିଲେ ଏବଂ ଗିରଫଦାରୀକୁ ବିରୋଧ କରିଥିଲେ। ଅସଦାଚରଣ ନେଇ ପୁଲିସ ଅଭିଯୋଗ କରିବା ସତ୍ତ୍ୱେ ସମ୍ପୃକ୍ତ ପୁଲିସ ଅଧିକାରୀଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ଜନସାଧାରଣ ଓ ବିଭିନ୍ନ ଅଧିକାର ସଂଗଠନ ପକ୍ଷରୁ ଦାବି କରାଯାଇଛି।

Leave A Reply

Your email address will not be published.