Latest Odisha News

ଦରଦାମ କଥା ଉଠାଇ ସରକାରଙ୍କୁ ଘେରିଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ବିଜେଡି ସରକାରର ୨୪ ବର୍ଷ ଶାସନରେ ରାଜ୍ୟରେ ଗରିବୀ ୭୦ ପ୍ରତିଶତ ରୁ ୧୦ ପ୍ରତିଶତ କମିଛି । କଳାହାଣ୍ଡି ଓ ନବରଙ୍ଗପୁର ସମେତ ସାରା ରାଜ୍ୟର ବିକାଶ ପାଇଁ ବିଜେଡି ସରକାର ସମୟରେ ଅନେକ କାମ ହୋଇଛି । ବିଭିନ୍ନ କ୍ଷେତ୍ରରେ କଳାହାଣ୍ଡିର ବିକାଶ ଯଥା, ମେଡିକାଲ କଲେଜ, ବିଶ୍ୱବିଦ୍ୟାଳୟ, ଇଞ୍ଜିନିୟରିଂ କଲେଜ ଶିଳ୍ପ ଭିତ୍ତିଭୂମି ଆଦି କଳାହାଣ୍ଡିର ପରିଚୟ ଉଜ୍ଜଳ କରିଛି ବୋଲି କହିଛନ୍ତି ଦଳ ସଭାପତି ନବୀନ ପଟ୍ଟନାୟକ ।

ଆଜି ଶଙ୍ଖ ଭବନରେ କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାର ନିର୍ବାଚିତ ପ୍ରତିନିଧି ଓ ପଦାଧିକାରୀ ମାନଙ୍କ ବୈଠକ ଅନୁଷ୍ଠିତ ହୋଇ ସଂଗଠନକୁ ମଜବୂତ କରିବା ସମ୍ପର୍କରେ ବିସ୍ତୃତ ଆଲୋଚନା କରାଯାଇଥିଲା । ଏହି ଅବସରରେ ଦରଦାମ ଉପରେ ଆଲୋକପାତ କରି ଶ୍ରୀ ପଟ୍ଟନାୟକ କହିଥିଲେ ଯେ ପନିପରିବା ଠାରୁ ଆରମ୍ଭ କରି ବିଭିନ୍ନ ନିତ୍ୟ ବ୍ୟବହାର୍ଯ୍ୟ ଜିନିଷ ର ଦରବୃଦ୍ଧି ସାଧାରଣ ଲୋକଙ୍କୁ ଅତିଷ୍ଠ କଲାଣି । ସାଧାରଣ ଲୋକଙ୍କ ସ୍ୱାର୍ଥର ସୁରକ୍ଷା ଓ ମହିଳାଙ୍କ ସମ୍ମାନ ପାଇଁ ବିଜେଡି ଲଢେଇ ଜାରି ରଖିବ ବୋଲି ଶ୍ରୀ ପଟ୍ଟନାୟକ କହିଥିଲେ ।

ଶ୍ରୀ ପଟ୍ଟନାୟକ ପୁଣି କହିଥିଲେ ବିଜେଡି ସରକାରରେ ଥିବାବେଳେ ଲୋକଙ୍କ ପାଇଁ ଅନେକ ଭଲ କାମ କରିଥିଲା । ଲୋକଙ୍କ ଭଲ ପାଇବା ଏବେବି ଆମ ସହିତ ରହିଛି । ତେଣୁ ଲୋକଙ୍କ ସେବା ଜାରି ରଖିବାକୁ ସେ ସମସ୍ତଙ୍କୁ ପରାମର୍ଶ ଦେଇଥିଲେ । ବିଜେଡିର ବରିଷ୍ଠ ନେତା ଦେବୀପ୍ରସାଦ ମିଶ୍ର ଉଭୟ ବୈଠକ ସଂଯୋଜନା କରିଥିଲେ ।

Leave A Reply

Your email address will not be published.