Latest Odisha News

ଆଜି ରାତିରେ ରାଜ୍ୟର ୧୪ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଭୁବନେଶ୍ୱର ସମେତ କଟକ ଓଡିଶାର ୧୪ଟି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଏହି ଜିଲ୍ଲା ଗୁଡିକ ମଧ୍ଯରେ ରହିଛି- ଯାଜପୁର, ଖୋର୍ଦ୍ଧା (ଭୁବନେଶ୍ୱର), ଭଦ୍ରକ, ଗଞ୍ଜାମ, କୋରାପୁଟ, ସୋନପୁର, କନ୍ଧମାଳ, ନୟାଗଡ଼, କଟକ, କଳାହାଣ୍ଡି, ସମ୍ବଲପୁର, ବଲାଙ୍ଗିର, ବରଗଡ ଓ ବୌଦ୍ଧ। ଆଗାମୀ ୩ଘଣ୍ଟା ମଧ୍ୟରେ ଏସବୁ ଜିଲ୍ଲାରେ ସାମାନ୍ଯରୁ ମଧ୍ଯମଧରଣର ବର୍ଷା ଓ ବଜ୍ରପାତ ସମ୍ଭାବନା ରହିଛି।

ଅଧିକ ପଢନ୍ତୁ- ପୁଣି ସୃଷ୍ଟି ହୋଇପାରେ ଲଘୁଚାପ: ୫ ଦିନ ପ୍ରବଳ ବର୍ଷିବ, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ଏବଂ ବାହାରେ ଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।

Leave A Reply

Your email address will not be published.