Latest Odisha News

ଦଶମ ଶ୍ରେଣୀ ଷାଣ୍ମାସିକ ପରୀକ୍ଷାକୁ ନେଇ ବୋର୍ଡ ଦେଲା ବଡ଼ ସୂଚନା

ଭୁବନେଶ୍ୱର: ଦଶମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ଷାଣ୍ମାସିକ ପରୀକ୍ଷା କେବେ ହେବ ଏନେଇ ଲାଗି ରହିଥିବା ଦ୍ୱନ୍ଦ୍ୱ କୁ ଦୂର କରିଛି ମାଧ୍ୟମିକ ଶିକ୍ଷା ପରିଷଦ ବୋର୍ଡ (ବିଏସଇ) । ଷାଣ୍ମାସିକ ପରୀକ୍ଷା କରିବାକୁ ସବୁ ଜିଲ୍ଲା ଶିକ୍ଷା ଅଧିକାରୀ (ଡିଇଓ)ଙ୍କୁ ଚିଠି ଲେଖିଛି ବୋର୍ଡ ।

ଚିଠିରେ ଉଲ୍ଲେଖ ରହିଛି ଯେ, ଚଳିତ ବର୍ଷ ନିର୍ଦ୍ଧାରିତ ସମୟରେ ଦଶମ ଷାଣ୍ମାସିକ ପରୀକ୍ଷା ଅନୁଷ୍ଠିତ ହେବ। ଗତ ବର୍ଷ ଭଳି ଏଥର ପ୍ରଶ୍ନପତ୍ର ବୋର୍ଡ ଯୋଗାଇବ ନାହିଁ । ସ୍କୁଲ କର୍ତ୍ତୃପକ୍ଷ ନିଜସ୍ୱ ପ୍ରଶ୍ନପତ୍ର ପ୍ରସ୍ତୁତ କରିପାରିବେ ବୋଲି ବୋର୍ଡ ସ୍ପଷ୍ଟ କରି ଦେଇଛି ।

ଏହା ବାଦ୍ ଚଳିତ ପରୀକ୍ଷା ପାଇଁ ପରୀକ୍ଷାର୍ଥୀଙ୍କୁ ଫର୍ମ ପୂରଣ ବେଳେ ଦେୟ ଦେବେ । ୨୦୧୬ରୁ ଧାର୍ଯ୍ୟ ହୋଇଥିବା ୪୨୦ଟଙ୍କା ପରିବର୍ତ୍ତେ ୮ଶହ ଟଙ୍କା ଅଧିକ ପରୀକ୍ଷା ଫି’ ଏଥର ଆଦାୟ ହେବ ବୋଲି ଯୋଜନା ଚାଲିଥିବା ଜଣାପଡିଛି ।

ଫି’ ବୃଦ୍ଧି ପାଇଁ ବୋର୍ଡ କର୍ତ୍ତୃପକ୍ଷ ସରକାରଙ୍କ ଅନୁମତି ଲୋଡ଼ିଛନ୍ତି। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ବୋର୍ଡ କର୍ତ୍ତୃପକ୍ଷ ମାଟ୍ରିକ ପରୀକ୍ଷା ଫି’ ବୃଦ୍ଧି ନେଇ ନିଷ୍ପଭି ନେଇପାନ୍ତି ବୋଲି ଗଣଶିକ୍ଷା ବିଭାଗର ଜଣେ ଅଧିକାରୀ କହିଛନ୍ତି ।

ତେବେ ମାଟ୍ରିକ ପରୀକ୍ଷା ପାଇଁ ଆସନ୍ତା ଅକ୍ଟୋବରରୁ ନଭେମ୍ବର ମାସ ମଧ୍ୟରେ ଫର୍ମ ପୂରଣ କରାଯିବ ବୋଲି ସୂଚନା ରହିଛି।

Leave A Reply

Your email address will not be published.