Latest Odisha News

BREAKING NEWS

ରାଜ୍ୟରେ ଆଜିଠୁ ଦୁଇ ଦିନ ବଡ଼ ବର୍ଷା; ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଜିଠୁ ସାରା ରାଜ୍ୟରେ ପ୍ରବଳ ବର୍ଷା ହେବା ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏନେଇ ଆଜି ପାଇଁ ୧୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ସେହି ଜିଲ୍ଲା ଗୁଡିକ ହେଲା ବରଗଡ଼, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ଯାଜପୁର,କେନ୍ଦ୍ରାପଡା, ଭଦ୍ରକ ଓ ବାଲେଶ୍ୱର। ଏହି ସବୁ ଜିଲ୍ଲାକୁ ଆଜି ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛ । ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିଭଳି ଆସନ୍ତାକାଲି ପାଇଁ ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ମୟୂରଭଞ୍ଜ, କେନ୍ଦୁଝର ଓ ଯାଜପୁରରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

୨୬ ତାରିଖରେ ପ୍ରବଳ ବର୍ଷା ପାଇଁ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୨୬ ପରେ କମିବ ବର୍ଷାର ପରିମାଣ । ଚଳିତ ମୌସୁମୀ ଋତୁରେ ରାଜ୍ୟରେ ଏଯାଏ ୧୦୩୪. ୪ ମିମି ବର୍ଷା ରେକର୍ଡ ହୋଇଛି । ସ୍ବାଭାବିକ ବୃଷ୍ଟିପାତ ପରିମାଣ ୧୧୨୦.୩ ମିମି ତୁଳନାରେ ଏହା ୮ପ୍ରତିଶତ ନିଅଣ୍ଟିଆ । ଗୋଟିଏ ଜିଲ୍ଲା ମାଲକାନଗିରିରେ ସର୍ବାଧିକ ବର୍ଷା ରେକର୍ଡ ହୋଇଥିବା ବେଳେ ୨୦ ଜିଲ୍ଲାରେ ସ୍ବାଭାବିକ ଓ ୯ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି। ଅନ୍ୟପଟେ ଦେଶରୁ ମୌସୁମୀ ବାୟୁର ଲେଉଟାଣି ପ୍ରକ୍ରିୟା ଆରମ୍ଭ ହୋଇଛି ।

Leave A Reply

Your email address will not be published.