Latest Odisha News

୩ ଘଣ୍ଟା ଯାଏଁ ଏହିସବୁ ଜିଲ୍ଲାରେ ବର୍ଷିବ

ଭୁବନେଶ୍ୱର: କଟକ ସମେତ ଓଡିଶାର ୧୩ଟି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ରାତି ୭ଟା ସୁଦ୍ଧା ସାମାନ୍ଯରୁ ମଧ୍ୟମଧରଣର ବର୍ଷା ହେବା ନେଇ ଆକଳନ କରାଯାଇଛି।

ଏହି ଜିଲ୍ଲା ଗୁଡିକ ମଧ୍ଯରେ ରହିଛି- ଯାଜପୁର, ଭଦ୍ରକ, ଗଞ୍ଜାମ, ଗଜପତି, ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀ, କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡା, ରାୟଗଡ଼ା, କଟକ ଓ ଖୋର୍ଦ୍ଧା (ଭୁବନେଶ୍ୱର)। ଆଗାମୀ ୩ଘଣ୍ଟା ମଧ୍ୟରେ ଏସବୁ ଜିଲ୍ଲାରେ ସାମାନ୍ଯରୁ ମଧ୍ଯମଧରଣର ବର୍ଷା ଓ ବଜ୍ରପାତ ସମ୍ଭାବନା ରହିଛି।

ଅଧିକ ପଢନ୍ତୁ- ଥମୁନି ବର୍ଷା: ସବୁଠୁ ଅଧିକ ଭିଜିଛି ତାଳଚେର, ବାଲିକୁଦା

ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ଏବଂ ବାହାରେ ଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।

ଅଧିକ ପଢନ୍ତୁ- ଲଘୁଚାପ ପ୍ରଭାବ: ଟ୍ୱିନ୍ ସିଟିରେ କାଚୁଛି, ରାଜ୍ୟରେ ବିଭିନ୍ନ ସ୍ଥାନରେ ବି ତ୍ରାହି ନାହିଁ

 

 

Leave A Reply

Your email address will not be published.