Latest Odisha News

BREAKING NEWS

ପଞ୍ଜାବ ମୁଖ୍ୟମନ୍ତ୍ରୀ ହସ୍ପିଟାଲରେ ଭର୍ତ୍ତି 

ଚଣ୍ଡିଗଡ: ପଞ୍ଜାବର ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନଙ୍କର ସ୍ୱାସ୍ଥ୍ୟବସ୍ଥା ବିଗିଡିଯାଇଛି। ମୁଖ୍ୟମନ୍ତ୍ରୀଙ୍କୁ ମୋହାଲିର ଫୋର୍ଟିସ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେ ହସ୍ପିଟାଲରେ ଭର୍ତ୍ତି ହେବା ପରେ ସାରା ଡାକ୍ତରଖାନାର ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଥିଲା।

ତେବେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁଯାୟୀ ମୁଖ୍ୟମନ୍ତ୍ରୀଙ୍କୁ ନିୟମିତ ଯାଞ୍ଚ ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

କିଛି ଦିନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମାନଙ୍କର ସ୍ୱାସ୍ଥ୍ୟବସ୍ଥା ହଠାତ୍ ଖରାପ ହୋଇଯାଇଥିଲା। ଯାହା ପରେ ତାଙ୍କୁ ଦିଲ୍ଲୀର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।

 

Leave A Reply

Your email address will not be published.