Latest Odisha News

ଭରତପୁର ମାମଲା: ଆଉ ୪ ନିଲମ୍ବିତ ପୁଲିସ୍‌ କର୍ମଚାରୀଙ୍କର ବି ହୋଇପାରେ ପଲିଗ୍ରାଫ ଟେଷ୍ଟ

ଭୁବନେଶ୍ୱର: ଭାରତପୁର ଥାନାରେ ମେଜର ଏବଂ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର କରାଯିବ ଘଟଣାରେ ନିଲମ୍ବିତ ହୋଇଥିବା ୫ ପୋଲିସ କର୍ମଚାରୀଙ୍କର ହେବ ପଲିଗ୍ରାଫ ଟେଷ୍ଟ l ପୂର୍ବରୁ ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କର ପଲିଗ୍ରାଫ୍‌ ଟେଷ୍ଟ ନିମନ୍ତେ କୋର୍ଟ ଅନୁମତି ଦେଇଥିବା ବେଳେ ଆଜି ନିଲମ୍ବିତ ହୋଇଥିବା ବାକି ୪ ପୋଲିସ କର୍ମଚାରୀଙ୍କ ପଲିଗ୍ରାଫ ଟେଷ୍ଟ ପାଇଁ ଭୁବନେଶ୍ୱର ଏସ୍‌ଡିଜେଏମ୍ କୋର୍ଟରେ ଆବେଦନ କରିଛି କ୍ରାଇମବ୍ରାଞ୍ଚ l

ତେବେ ପୂର୍ବରୁ କୋର୍ଟଙ୍କ ଆବେଦନ ଉପରେ ସହମତି ପ୍ରକାଶ କରିଥିଲେ ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ର l ଏଥିନିମନ୍ତେ ଦୀନକୃଷ୍ଣଙ୍କୁ ଗୁଜରାଟର ଗାନ୍ଧିନଗର ନେବ କ୍ରାଇମବ୍ରାଞ୍ଚ l ସେଠାରେ ତାଙ୍କର ପଲିଗ୍ରାଫ୍‌ ଟେଷ୍ଟ ସହିତ ନାର୍କୋ ଆନାଲିସିସ୍‌ ଓ ବ୍ରେନ୍‌ ଫିଙ୍ଗର ପ୍ରିଣ୍ଟିଂ ଟେଷ୍ଟ ବି ହେବ । ଏବେ ଏହି ମାମଲାରେ ସମ୍ପୃକ୍ତି ଅଭିଯୋଗରେ ନିଲମ୍ବିତ ହୋଇଥିବା ଆଉ ୪ ପୁଲିସ୍‌ କର୍ମଚାରୀଙ୍କ ପଲିଗ୍ରାଫ ଟେଷ୍ଟ ପାଇଁ ବି ଆବେଦନ କରାଯାଇଛି।

ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ଗତ ୧୪ ତାରିଖରେ ଦିଆଯାଇଥିବା ନିର୍ଯାତନା ଘଟଣା ସବୁଠି ନିନ୍ଦା ହେବା ପରେ ଘଟଣାର ତଦନ୍ତ କରୁଛି କ୍ରାଇମବ୍ରାଞ୍ଚ ଟିମ୍‌‌। ଏଥିରେ ପୂର୍ବରୁ ଦୀନକୃଷ୍ଣଙ୍କ ସହ ଅନ୍ୟ ୪ଜଣ ପୁଲିସ କର୍ମଚାରୀଙ୍କୁ ଜେରା କରିଥିଲା କ୍ରାଇମବ୍ରାଞ୍ଚ। ଏହାପରେ ଦୀନକୃଷ୍ଣଙ୍କ ପଲିଗ୍ରାଫ୍‌‌ ଟେଷ୍ଟ ପାଇଁ ଗତକାଲି କ୍ରାଇମବ୍ରାଞ୍ଚ ଏସଡିଜେଏମ କୋର୍ଟରେ ଆବେଦନ କରିବା ପରେ କୋର୍ଟ ଟେଷ୍ଟ ପାଇଁ ଅନୁମତି ଦେଇଥିଲେ l

Leave A Reply

Your email address will not be published.