Latest Odisha News

BREAKING NEWS

ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା’କୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି । ଏଥିରେ ମୋଟ ୬ଟି ବିଭାଗରେ ୭ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ‘ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା’କୁ ରାଜ୍ୟ କ୍ୟାବିନେଟ୍ ମଞ୍ଜୁରୀ ଦେଇଛନ୍ତି । ବୈଠକ ପରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏନେଇ ସୂଚନା ଦେଇଛନ୍ତି ।

ଏହି ଯୋଜନା ୨୦୨୪-୨୫ ଆର୍ଥିକ ବର୍ଷରୁ ୨୦୨୮-୨୯ ମସିହା ପର୍ଯ୍ୟନ୍ତ କାର୍ଯ୍ୟକାରୀ କରାଯିବ । ଏହି ଯୋଜନାରେ ଦୁଗ୍ଧ ଉତ୍ପାଦନକୁ ବୃଦ୍ଧି କରିବା ସହ ୧୫ ଲକ୍ଷ ୪୭ହଜାର ୮୩୭ଜଣ ଗୋପାଳକଙ୍କ ଆୟ ବୃଦ୍ଧିକୁ ତ୍ୱରାନ୍ୱିତ ପାଇଁ ଲକ୍ଷ୍ୟଧାର୍ଯ୍ୟ କରାଯାଇଛି ।

ଗୋପାଳନ ପାଇଁ ନୂଆ ଯୋଜନା ଆରମ୍ଭ ହେବ । ଗାଈ ଓ ମଇଁଷି ଚାଷୀଙ୍କ ପାଇଁ କ୍ଷେତ୍ର ପ୍ରସ୍ତୁତ ହେବ । ଗୋ-ସମ୍ପଦ ବୀମା ୮୫ ପ୍ରତିଶତ ସରକାର ଦେବେ, ୧୫ ପ୍ରତିଶତ ଚାଷୀ ଦେବେ । ଓମଫେଡକୁ ସଶକ୍ତ କରିବାକୁ ରାଜ୍ୟ ସରକାର ଯୋଜନା ପ୍ରସ୍ତୁତ କରିଛନ୍ତି। ଏଥିପାଇଁ ରାଜ୍ୟ ସରକାର ଆଗାମୀ ୫ ବର୍ଷ ମଧ୍ୟରେ ୧୪୨୩ କୋଟି ଟଙ୍କା ଖର୍ଚ୍ଚ କରିବାକୁ ଲକ୍ଷ୍ୟ ରଖିଛନ୍ତି ।

Leave A Reply

Your email address will not be published.