Latest Odisha News

ପୁଣି ଖୋଲିବ ସ୍ମିତାରାଣୀ ମୃତ୍ୟୁ ରହସ୍ୟ

ଯାଜପୁର: ପୁଣି ଖୋଲିବ ସ୍ମିତାରାଣୀ ମୃତ୍ୟୁ ମାମଲା । ଧର୍ମଶାଳା ପିଇଓ ସ୍ମିତାରାଣୀ ମୃତ୍ୟୁ ମାମଲାର ତଦନ୍ତ ହେବ । ଆଜି ଯାଜପୁର ବଡଚଣାରେ ବିଜେପି ସଦସ୍ୟତା ଗ୍ରହଣ କାର୍ଯ୍ୟକ୍ରମରେ ଯୋଗ ଦେଇ ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ବିଜେପିର ସଦସ୍ୟତା ଅଭିଯାନ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ବିଜେଡିକୁ ଶାଣିତ ଆକ୍ରମଣ କରିବା ସହିତ ଧର୍ମଶାଳା ପିଇଓ ସ୍ମିତାରାଣୀ ମୃତ୍ୟୁ ମାମଲାର ପୁଙ୍ଖାନୁପୁଙ୍ଖ ତଦନ୍ତ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ମାମଲାରେ ଯିଏ ବି ଦୋଷୀ ଥିବେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ । ମାମଲାର ପୁଙ୍ଖାନୁପୁଙ୍ଖ ତଦନ୍ତ କରି ଦଣ୍ଡ ଦିଆଯିବ ।

ଏଥିସହିତ ବିଜେଡିକୁ ମଧ୍ୟ କଡା ବାର୍ତ୍ତା ଦେଇ କହିଛନ୍ତି, ବିଜେଡି ନାରୀକୁ କେତେ ସମ୍ମାନ ଦେଇଛନ୍ତି, ତାହା ଆମେ ଦେଖିଛୁ । ଧର୍ମଶାଳ ପିଇଓ ସ୍ମିତାରାଣୀଙ୍କୁ ନିର୍ମମ ଭାବେ ହତ୍ୟା କରାଗଲା । ହେଲେ ନ୍ୟାୟ ଦେବା ପରିବର୍ତ୍ତେ କୁଜି ନେତାଙ୍କୁ ଘଣ୍ଟ ଘୋଡ଼ାଇ ରଖିଥିଲେ ପୂର୍ବ ସରକାର ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

Leave A Reply

Your email address will not be published.