Latest Odisha News

BREAKING NEWS

ଆଇପିଏସ ସ୍ତରରେ ଅଦଳ ବଦଳ, ବଦଳିଲେ କଟକ-ଭୁବନେଶ୍ୱର ପୁଲିସ କମିଶନର

ଭୁବନେଶ୍ୱର: ଆଇପିଏସ ସ୍ତରରେ ବଡ଼ ଧରଣର ଅଦଳ ବଦଳ ହୋଇଛି। ବଦଳିଲେ କଟକ-ଭୁବନେଶ୍ୱର ପୁଲିସ କମିଶନର। ଗୁଇନ୍ଦା ନିର୍ଦ୍ଦେଶକ, କ୍ରାଇମବ୍ରାଞ୍ଚ ଏଡିଜିଙ୍କଠାରୁ ଆରମ୍ଭ କରି କଟକ-ଭୁବନେଶ୍ୱର ପୁଲିସ କମିଶନର ପର୍ଯ୍ୟନ୍ତ ଅନେକ ଗୁରୁତ୍ୱପୂର୍ଣ୍ଣ ଓ ବଡ଼ ବଡ଼ ପଦବୀରେ ଥିବା ଆଇପିଏସ ଅଫିସରଙ୍କୁ ବଦଳି କରାଯାଇଛି।

କଟକ-ଭୁବନେଶ୍ୱର ପୁଲିସ କମିଶନର ସଞ୍ଜୀବ ପଣ୍ଡାଙ୍କୁ ଏଡିଜି ଟ୍ରେନିଂ ଓ ବିଜୁ ପଟ୍ଟନାୟ ରାଜ୍ୟ ପୁଲିସ ଏକାଡେମୀ (BPSPA)ର ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି। ତାଙ୍କ ସ୍ଥାନରେ ସୁରେଶ ଦେବଦତ୍ତ ସିଂ ହେବେ କଟକ-ଭୁବନେଶ୍ୱରର ନୂଆ ପୁଲିସ କମିଶନର। ତେବେ କଟକ-ଭୁବନେଶ୍ବରରେ ଅଭିଜ୍ଞତା ହାସଲ କରିଥିବା ଉମାଶଙ୍କର ଦାଶଙ୍କୁ ପୁଣି ରାଜଧାନୀକୁ ଅଣାଯାଇଛି। ଏହାସହିତ ଉମାଶଙ୍କର ଦାଶଙ୍କୁ କଟକ-ଭୁବନେଶ୍ବର ଅତିରିକ୍ତ କମିଶନର ଭାବେ ନିଯୁକ୍ତି ଦିଆଯାଇଛି। ସେହିପରି ଏ.କେ ରୟଙ୍କୁ ଜେଲ୍ ବିଭାଗ ଡିଜି କରାଯାଇଛି।

ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ଏଡିଜିପି ଆଧୁନିକୀକରଣ ଦାୟିତ୍ବ ଦିଆଯାଇଛି।ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କ ସ୍ଥାନରେ ଆର.ପି.କୋଚେ ହେଲେ ନୂଆ ଗୁଇନ୍ଦା ନିର୍ଦେଶକ ଏବଂ ସନ୍ତୋଷ ବାଲାଙ୍କୁ ଏସସିଆରବି ଏବଂ ଏସଏଫଏସଏଲ ନିର୍ଦେଶକ ଭାବେ ଅବସ୍ଥାପତି କରାଯାଇଛି। ପିନାକ ମିଶ୍ରଙ୍କୁ ଭୁବନେଶ୍ବର ନୂଆ ଡିସିପି ଭାବେ ନିଯୁକ୍ତି ଦିଆଯାଇଛି। ଭୁବନେଶ୍ବର ଡିସିପି ଥିବା ପ୍ରତୀକ ସିଂଙ୍କୁ କଟକ ରୁରାଲ ଏସପି ଭାବେ ବଦଳି କରାଯାଇଛି। ସେହିପରି କଟକର ନୂଆ ଡିସିପି ହେଲେ ଜଗମୋହନ ମୀନା।

ସେହିପରି ଗୃହ ବିଭାଗ ଓଏସଡି ଏସ୍.ଏମ୍ ନରୱାଣେଙ୍କୁ ପ୍ରିଣ୍ଟିଂ, ଷ୍ଟେସନାରୀ ଓ ପବ୍ଲିକେସନ ନିର୍ଦ୍ଦେଶକ ଦାୟିତ୍ୱ ଦିଆଯାଇଛି। କ୍ରାଇମବ୍ରାଞ୍ଚ ଏଡିଜି ଅରୁଣା ବୋଥ୍ରାଙ୍କର ବଦଳି ହୋଇଛି। ତାଙ୍କୁ ରେଲୱେ ଓ ତଟ ସୁରକ୍ଷା ଏଡିଜିପି ଦାୟିତ୍ୱ ଦିଆଯାଇଛି। ଅରୁଣ ବୋଥ୍ରାଙ୍କ ସ୍ଥାନରେ ବିନୟ ତୋଷ ମିଶ୍ରଙ୍କୁ କ୍ରାଇମବ୍ରାଞ୍ଚ ଏଡିଜି କରାଯାଇଛି। ରାଧାକିଷନ୍ ଶର୍ମାଙ୍କୁ ଗୃହ ବିଭାଗ ସ୍ୱତନ୍ତ୍ର ସଚିବ ଦାୟିତ୍ୱ ଦିଆଯାଇଛି। ଦୟାଲ୍ ଗଙ୍ଗୱାର କଟକ ସ୍ଥିତ ପୁଲିସ ମୁଖ୍ୟାଳୟର ଏଡିଜିପି ଭାବେ ନୂଆ ଦାୟିତ୍ୱ ପାଇଛନ୍ତି। ରାଜେଶ କୁମାରଙ୍କୁ ସ୍ପେଶିଆଲ୍ ଆର୍ମଡ ପୁଲିସ ଏଡିଜିପି ଭାବେ ବଦଳି କରାଯାଇଛି। କଟକ ଡିସିପି ଆର. ପ୍ରକାଶଙ୍କୁ କ୍ରାଇମ ବ୍ରାଞ୍ଚ ଡିଆଇଜି ଭାବେ ବଦଳି କରାଯାଇଛି।

 

Leave A Reply

Your email address will not be published.