Latest Odisha News

ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ଆସନ୍ତାକାଲିଠୁ ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ବାଇଁଙ୍କ ସହିତ ୨ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଦିଲ୍ଲୀରେ ନିବେଶକ ସମ୍ମିଳନୀରେ ଯୋଗଦେବେ ମୁଖ୍ୟମନ୍ତ୍ରୀ । ରାଜ୍ୟକୁ କିପରି ଅଧିକ ନିବେଶ ଆସିବ ସେନେଇ ବିଭିନ୍ନ ନିବେଶକଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ ।

ତେବେ ଏବେ ମୁଖ୍ୟମନ୍ତ୍ରୀ ଝାଡଖଣ୍ଡ ଗସ୍ତରେ ଅଛନ୍ତି । ଆଜି ତାଙ୍କର ଝାଡଖଣ୍ଡ ଗସ୍ତର ଦ୍ବିତୀୟ ଦିନ । ଆଜି ଚାଇଁବାସାର କୋଲହାନ୍ ଯାଇ ସେଠାରେ ଆୟୋଜିତ ବିଜେପିର ପରିବର୍ତ୍ତନ ଯାତ୍ରାରେ ଯୋଗ ଦେଇ ଝାଡଖଣ୍ଡରେ ଥିବା ଓଡିଆଙ୍କୁ ସମ୍ବୋଧିତ କରିବେ ।

Leave A Reply

Your email address will not be published.