Latest Odisha News

ଅକ୍ଟୋବର ୯ରେ ମିଳିବ ‘ସୁଭଦ୍ରା’ ପ୍ରଥମ କିସ୍ତିର ଦ୍ଵିତୀୟ ପର୍ଯ୍ୟାୟ ଟଙ୍କା

ଭୁବନେଶ୍ୱର: ୩ ଦିନ ପରେ ବ୍ୟାଙ୍କ ଖାତାକୁ ଆସିବ ସୁଭଦ୍ରା ଯୋଜନା ଟଙ୍କା। ଦଶହରା ପୂର୍ବରୁ ମହିଳାମାନଙ୍କୁ ଭେଟି ଦେବାକୁ ଯାଉଛନ୍ତି ସରକାର। ଗତ ସେପ୍ଟେମ୍ବର ୧୭ ତାରିଖରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଅକ୍ଟୋବର ୯ରେ ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ ଟଙ୍କା ମହିଳାଙ୍କୁ ଆକାଉଣ୍ଟକୁ ଯିବ । ବାରିପଦାରୁ ଏହାର ଶୁଭାରମ୍ଭ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କରିବେ ବୋଲି ଜାଣିବାକୁ ମିଳିଛି।

ପ୍ରାୟ ୪୦ ଲକ୍ଷ ହିତାଧିକାରୀଙ୍କ ଆକାଉଣ୍ଟକୁ ଯିବ ଟଙ୍କା ଯିବ। ଅକ୍ଟୋବର ୭ ପର୍ଯ୍ୟନ୍ତ ପଞ୍ଜିକରଣ କରିଥିବା ମହିଳାମାନଙ୍କୁ ଏହି ଟଙ୍କା ମିଳିବ। ବର୍ତ୍ତମାନ ସୁଦ୍ଧା ୯୭ ଲକ୍ଷରୁ ଅଧିକ ହିତାଧିକାରୀ ପଞ୍ଜିକରଣ କରି ସାରିଛନ୍ତି। ତେବେ ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳି ସାରିଛି । ୧ କୋଟିରୁ ଅଧିକ ମହିଳାଙ୍କୁ ଏଥିରେ ସାମିଲ କରିବା ପାଇଁ ଯୋଜନା କରିଛନ୍ତି ରାଜ୍ୟ ସରକାର ।

Leave A Reply

Your email address will not be published.