Latest Odisha News

ପୁଣି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ, ନିପାତ ହେବ ମାଓ କୁଟୀର

ଭୁବନେଶ୍ବର: ପୁଣି ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆଜିଠୁ ୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ। ଦିଲ୍ଲୀରେ ମାଓ ମୁକାବିଲାକୁ ନେଇ ଗୃହମନ୍ତ୍ରୀ ଅମିତ୍ ଶାହା ଅଧ୍ୟକ୍ଷତାରେ ବସିବାକୁ ଥିବା ବୈଠକରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ । ଏହା ସହ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ମଧ୍ୟ ସାମିଲ ହେବେ।
ତେବେ ଆସନ୍ତା ମାର୍ଚ୍ଚ ସୁଦ୍ଧା ୮ ନକ୍ସଲ ପ୍ରଭାବିତ ରାଜ୍ୟରେ ମାଓଙ୍କ ଦବଦବା ସଂପୂର୍ଣ୍ଣ ଠପ୍ କରିବା ପାଇଁ ଉକ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ କରି ବିସ୍ତୃତ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ । ବୈଠକରେ ବିଭିନ୍ନ ରାଜ୍ୟରେ ଚାଲିଥିବା ନକ୍ସଲ ଦମନ ଅଭିଯାନ ଓ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ଆଲୋଚନା ହେବ।

ତେବେ ଏହି ବୈଠକରେ ୮ ନକ୍ସଲ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସମେତ ୫ କେନ୍ଦ୍ରମନ୍ତ୍ରୀ, ଡେପୁଟି ଏନ୍ଏସ୍ଏ, କେନ୍ଦ୍ର, ରାଜ୍ୟ ଓ କେନ୍ଦ୍ରୀୟ ସୁରକ୍ଷା ବାହିନୀର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହିବେ ।

Leave A Reply

Your email address will not be published.