Latest Odisha News

BREAKING NEWS

ମେଡିସିନ ପାଇଁ ଦୁଇ ଜଣଙ୍କୁ ମିଳିବ ନୋବେଲ

ନୂଆଦିଲ୍ଲୀ: ଚଳିତ ବର୍ଷ ପାଇଁ ବିଶ୍ୱର ସର୍ବୋଚ୍ଚ ସମ୍ମାନ ନୋବେଲ ପୁରସ୍କାର ଘୋଷଣା କରାଯାଇଛି। ଆଜି ଚିକିତ୍ସା କ୍ଷେତ୍ର ପାଇଁ ନୋବେଲ ବିଜେତାଙ୍କ ନାମ ଘୋଷଣା ହୋଇଛି। ଏଥର ଦୁଇ ଜଣ ମିଳିତ ଭାବେ ନୋବେଲ ପାଇବେ। ଏ ସମ୍ପର୍କରେ ଦ ନୋବେଲ ପ୍ରାଇଜ ଏକ୍ସ ହ୍ୟାଣ୍ଡେଲରେ ଏକ ପୋଷ୍ଟ କରାଯାଇ ସୂଚନା ଦିଆଯାଇଛି।

 

ମେଡିସିନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଦୁଇ ଆମେରିକୀୟ ବୈଜ୍ଞାନିକ ଭିକ୍ଟୋର ଏମ୍ବ୍ରସ ଏବଂ ଗେରୀ ରୁବକୁନଙ୍କୁ ଦିଆଯିବ ନୋବେଲ। ଭିକ୍ଟୋର ଏବଂ ଗେରୀଙ୍କୁ ମାଇକ୍ରୋ ଆରଏନଏ (microRNA)ର ସନ୍ଧାନ ପାଇଁ ସେମାନଙ୍କୁ ନୋବେଲ ପୁରସ୍କାରରେ ସମ୍ମାନିତ କରାଯିବ।

ପ୍ରତିବର୍ଷ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ପାଇଁ ଏହି ପୁରସ୍କାର ଘୋଷଣା କରାଯାଏ। ସ୍ୱିଡେନର ଉଦ୍ଭାବକ ଆଲଫ୍ରେଡ ନୋବେଲଙ୍କ ନାମରେ ପ୍ରତିବର୍ଷ ନୋବେଲ ପୁରସ୍କାର ପ୍ରଦାନ କରାଯାଇଥାଏ। ବିଜେତାଙ୍କୁ ୧୦ ନିୟୁତ ସ୍ୱିଡେନ କ୍ରୋନୋର (ପ୍ରାୟ ୯୦୦,୦୦୦ ଡଲାର) ଦିଆଯାଏ।

Comments are closed.