Latest Odisha News

ଆଜି ଆସିବ ସୁଭଦ୍ରା ଯୋଜନା ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ ଟଙ୍କା

ଭୁବନେଶ୍ଵର: ଆଜି ହିତାଧିକାରୀଙ୍କ ଖାତାକୁ ଆସିବ ସୁଭଦ୍ରା ଯୋଜନା ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ ଟଙ୍କା । ବାରିପଦା ସମାବେଶରେ ଯୋଗ ଦେଇ ଟଙ୍କା ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ୨ୟ ପର୍ଯ୍ୟାୟରେ ୩୫ ଲକ୍ଷରୁ ଅଧିକ ମହିଳାଙ୍କ ଖାତାକୁ ଯିବ ଟଙ୍କା ।

୧୨ଟା ପୂର୍ବରୁ ଆକାଉଣ୍ଟକୁ ସୁଭଦ୍ରା ଟଙ୍କା ଯିବ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ବାରିପଦା ଠାରେ ୩୫ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ଦ୍ଵିତୀୟ ପର୍ଯ୍ୟାୟରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ପ୍ରଦାନ କରିବେ। ଯେତିକି ସଂଖ୍ୟାରେ ଏନପିସିଆଇରେ ଯୋଗ୍ୟ ବିବେଚିତ ହୋଇଛନ୍ତି ସେମାନଙ୍କୁ ପ୍ରଥମ କିସ୍ତି ଟଙ୍କା ମୁଖ୍ୟମନ୍ତ୍ରୀ ପ୍ରଦାନ କରିବେ । କ୍ଲିୟରରାନ୍ସ ପାଇନଥିବା ହିତାଧିକାରୀଙ୍କ ଆବେଦନ ପତ୍ର ପୁନଃ ଯାଞ୍ଚ ପରେ ଯୋଗ୍ୟ ହିତାଧିକାରୀଙ୍କୁ ଆସନ୍ତା ଡିସେମ୍ବର ମାସ ସୁଦ୍ଧା ସୁଭଦ୍ରା ଯୋଜନା କିସ୍ତି ପ୍ରଦାନ କରାଯିବ ।

ସୋମବାର ସୁଦ୍ଧା ୧ କୋଟି ମହିଳାଙ୍କ ଆବେଦନ ପୂରଣ ହୋଇଛି। ଦ୍ଵିତୀୟ ପର୍ଯ୍ୟାୟରେ ୪୦ ଲକ୍ଷରୁ ଊର୍ଦ୍ଧ୍ଵ ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିବ। ଆସନ୍ତା ମାର୍ଚ୍ଚ ମାସ ପୂର୍ବରୁ ପ୍ରର୍ଥମ କିସ୍ତି ଟଙ୍କା ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ପଠାଇବା ଲାଗି ରାଜ୍ୟ ସରକାରଙ୍କ ଲକ୍ଷ୍ୟ ରହିଛି।

ତେବେ ଗତ ସେପ୍ଟେମ୍ବର ୧୭ ତାରିଖରେ ଓଡ଼ିଶାରେ ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ ହୋଇଥିଲା। ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ୧୧ ହଜାର ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ସୁଭଦ୍ରା ଯୋଜନାରେ ୫,୦୦୦ ଟଙ୍କା ଲେଖାଏଁ ଯାଇଥିଲା।

Leave A Reply

Your email address will not be published.