Latest Odisha News

ତୃତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା

ଭୁବନେଶ୍ୱର: ଦୁର୍ଗାପୂଜା ପୂର୍ବରୁ ଅର୍ଥାତ୍ ଆଜି ‘ସୁଭଦ୍ରା’ ଯୋଜନାର ପ୍ରଥମ ପର୍ଯ୍ୟାୟର ଦ୍ୱିତୀୟ କିସ୍ତି ଟଙ୍କା ଖାତାକୁ ଆସିଥିବାବେଳେ, ତୃତୀୟ ପର୍ଯ୍ୟାୟ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ସୂଚନା ଦେଇଛନ୍ତି ।

ସେ କହିଛନ୍ତି ଯେ, ସୁଭଦ୍ରା ଯୋଜନାର ଦ୍ୱିତୀୟ ପର୍ଯ୍ୟାୟର ପ୍ରଥମ କିସ୍ତି ୫୦୦୦ ଟଙ୍କା ୯ ତାରିଖ ଅର୍ଥାତ୍ ଆଜି ଯୋଗ୍ୟ ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିଛି । ଏନସିପିଆଇ କ୍ଲିୟରାନ୍ସ ପରେ ଆଜି ୩୫ଲକ୍ଷ ମହିଳାଙ୍କୁ ଟଙ୍କା ଦିଆଯାଇଛି ।

ଏଯାବତ୍‌ ୧ କୋଟି ୫୦ ହଜାର ମହିଳା ରେଜିଷ୍ଟ୍ରେଶନ କରିସାରିଛନ୍ତି । ୨ଟି ପର୍ଯ୍ୟାୟରେ ମୋଟ୍‌ ୬୦ ଲକ୍ଷ ମହିଳାଙ୍କୁ ସହାୟତା ରାଶି ମିଳିସାରିଛି । ତେବେ ଖୁବ୍‌ଶୀଘ୍ର ତୃତୀୟ ପର୍ଯ୍ୟାୟ ଟଙ୍କା ମିଳିବ ବୋଲି ଉପମୁଖ୍ୟମନ୍ତ୍ରୀ ।

କୌଣସି ଯୋଗ୍ୟ ହିତାଧିକାରୀଙ୍କ ଆବେଦନପତ୍ର ଖାରଜ କରାଯିବନି । ଯେଉଁ ହିତାଧିକାରୀଙ୍କ ଆବେଦନରେ ତ୍ରୁଟି ଥିବ ଘରକୁ ଘର ଯାଇ, ବ୍ଲକ ବା ଜିଲା ପ୍ରଶାସନ ଜରିଆରେ ସଂଶୋଧନ କରାଯିବ । ଯେଉଁମାନେ ଟଙ୍କା ପାଇନାହାଁନ୍ତି ବାରମ୍ବାର ଆବେଦନ କରିବା ଅନାବଶ୍ୟକ । ଆଉ ଆବେଦନ ନକରି ତ୍ରୁଟି କଣ ରହିଛି ତାକୁ ସଂଶୋଧନ କରନ୍ତୁ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି ।

Leave A Reply

Your email address will not be published.