Latest Odisha News

BREAKING NEWS

ଖୋଲିଲା ଶିମିଳିପାଳ: ଟାଇଗର ସଫାରି ସହ ପ୍ରକୃତିର ମନଲୋଭା ସୌନ୍ଦର୍ଯ୍ୟର ମଜା ଉଠାଇବେ ପର୍ଯ୍ୟଟକ

ମୟୂରଭଞ୍ଜ: ଆଜି ପର୍ଯ୍ୟଟକଙ୍କ ପାଇଁ ଖୋଲିଛି ଶିମିଳିପାଳ ଦ୍ବାର । ଦେଶର ଅଷ୍ଟମ ଜୈବମଣ୍ଡଳ ଭାବେ ପରିଚିତ ଶିମିଳିପାଳ ଆଜିଠୁ ନିଜର ପାକୃତିକ ସୌନ୍ଦର୍ଯ୍ୟରେ ଦର୍ଶକଙ୍କ ମନ ମୋହିବ । ତେବେ ରାଜ୍ୟ, ଦେଶ ତଥା ବିଦେଶରୁ ପ୍ରତିବର୍ଷ ଶହ ଶହ ପର୍ଯ୍ୟଟକ ଶିମିଳିପାଳର ବନ୍ୟ ଜୀବଜନ୍ତୁଙ୍କୁ ଦେଖିବା ସହ ନଦୀ, ଝରଣା, ପ୍ରପାତ ତଥା ପ୍ରାକୃତିକ ସୌନ୍ଦର୍ଯ୍ୟକୁ ଉପଭୋଗ କରିବାକୁ ଭିଡ ଜମାନ୍ତି ।

ଯାହାକୁ ଦୃଷ୍ଟିରେ ରଖି ପ୍ରତିବର୍ଷ ମୌସୁମୀ ପରେ ପରେ ନଭେମ୍ବର ୧ ତାରିଖ ଠାରୁ ଶିମିଳିପାଳ ପର୍ଯ୍ୟଟକଙ୍କ ପାଇଁ ଖୋଲୁଥିବା ବେଳେ ଏଥର କିନ୍ତୁ ୨୦ଦିନ ପୂର୍ବରୁ ଅର୍ଥାତ୍ ଆଜି (୧୦ ଅକ୍ଟୋବର)ଠାରୁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟ ସାହାଣ ମେଲା ହୋଇଛି ।

ଏଥର ପର୍ଯ୍ୟଟକମାନେ ଦୁର୍ଗାପୂଜାରେ ଶିମିଳିପାଳ ଭ୍ରମଣ ସହିତ ରାତ୍ରିଯାପନର ସୁବିଧା ମଧ୍ୟ ପାଇପାରିବେ। ତେବେ ଜୁନ ୧୨ ତାରିଖଠାରୁ ଶିମିଳିପାଳ ମଧ୍ୟକୁ ପର୍ଯ୍ୟଟକଙ୍କ ପ୍ରବେଶ ବନ୍ଦ କରାଯାଇଥିଲା।

Leave A Reply

Your email address will not be published.