Latest Odisha News

ଓଡିଶାରୁ ବିଦାୟ ନେଲା ମୌସୁମୀ, ଏବେ କେମିତି ରହିବ ଆଗକୁ ପାଗ….

ଭୁବନେଶ୍ୱର: ଓଡିଶାରୁ ଅପସାରଣ ହୋଇଛି ମୌସୁମୀ। ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ରାଜ୍ୟରୁ ଫେରିଛି । ରବିବାର ବିଭିନ୍ନ ଜିଲାରୁ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନ କରିବା ଆରମ୍ଭ ହୋଇଛି। ପାଗ ଅନୁକୂଳ ରହିଥିବାରୁ ଆଗାମୀ ୨ ଦିନ ମଧ୍ୟରେ ସମସ୍ତ ଜିଲାରୁ ମୌସୁମୀ ଫେରିଯିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।

ତେବେ ଚଳିତବର୍ଷ ସ୍ଵାଭାବିକ ସମୟର ଦୁଇଦିନ ପୂର୍ବରୁ ମୌସୁମୀ ଫେରିଯାଇଛି। ବିଶେଷ କରି ଉତ୍ତର ଓ ଉପକୂଳ ଓଡ଼ିଶାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡା, ଯାଜପୁର, ନୟାଗଡ, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, ଦେବଗଡ, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ ସହ ବଲାଙ୍ଗୀର, କନ୍ଧମାଳ ଓ ଗଞ୍ଜାମର ଅନେକ ସ୍ଥାନରୁ ମୌସୁମୀ ପ୍ରତ୍ୟାବର୍ତ୍ତନ କରିଛି । ଏହାସହ ନୂଆପଡା ଓ କଳାହାଣ୍ଡିର କିଛି ଅଂଶରୁ ମୌସୁମୀ ପ୍ରତ୍ୟାବର୍ତ୍ତନ କରିଛି ।

ଏଥିସହିତ ଆଗାମୀ ୫ ଦିନ ଯାଏ ପାଗ ମୁଖ୍ୟତଃ ଶୁଖିଲା ରହିବା ସହ କିଛି କିଛି ସ୍ଥାନରେ ବର୍ଷାର ସମ୍ଭାବନା ନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Leave A Reply

Your email address will not be published.