Latest Odisha News

୩ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର: ୩ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆସନ୍ତା ୨୩ରେ ଓଡ଼ିଶା ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ । ପ୍ରଥମେ ନିଜ ଜନ୍ମମାଟି ମୟୂରଭଞ୍ଜ ଜିଲ୍ଲାକୁ ଯାଇ ବହୁ ପ୍ରତୀକ୍ଷିତ ୩ଟି ନୂତନ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ଏହା ସହ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ।

ଏହାପରେ ୨୪ ତାରିଖ ସକାଳ ୯ଟାରୁ ମୟୂରଭଞ୍ଜରୁ ବାହାରି ପୁରୀର ତାଳବଣିଆ ହେଲିପ୍ୟାଡ୍‌ରେ ଅବତରଣ କରିବେ । ସେଠାରୁ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ । ପରେ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ୭୫ତମ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ ।

ଏହାପରେ ଭୁବନେଶ୍ୱର ଆସି ଓଡ଼ିଶା ୟୁନିଭର୍ସିଟି ଅଫ୍‌ ଏଗ୍ରିକଲଚର ଆଣ୍ଡ ଟେକ୍ନୋଲୋଜି (ଓୟୁଏଟି)ର ୪୦ତମ କନଭୋକେଶନ ଉତ୍ସବରେ ଯୋଗଦେବେ । ପରେ ୨୫ତାରିଖ ସକାଳ ୯ଟା ୨୦ରେ ନୂତନ ଭାବେ ସ୍ଥାପିତ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିବାର କାର୍ଯ୍ୟକ୍ରମ ରହିଛି ।

Leave A Reply

Your email address will not be published.