Latest Odisha News

BREAKING NEWS

ଏଲିଫ୍ୟାଣ୍ଟ ସ୍କ୍ୱାଡ଼୍ ସଦସ୍ୟକୁ କଚାଡ଼ି ମାରିଲା ଦନ୍ତା

କେନ୍ଦୁଝର: ହାତୀ ଘଉଡାଇବା ବେଳେ ଏଲିଫ୍ୟାଣ୍ଟ ସ୍କ୍ୱାଡ଼୍ ସଦସ୍ୟକୁ କଚାଡ଼ି ମାରିଲା ଦନ୍ତା। ଏପରି ଏକ ଅଭାବନୀୟ ଘଟଣା କେନ୍ଦୁଝର ଜିଲ୍ଲା ସଦର ରେଞ୍ଜ ନରଣପୁର ସେକ୍ସନର ଝାରବେଡ଼ ଗ୍ରାମ ନିକଟରେରେ ଘଟିଛି। ମୃତକ ହେଲେ ଗୋବିନ୍ଦପୁର ଗ୍ରାମର ବସନ୍ତ ମହାନ୍ତ । ଏହି ଘଟଣାରେ ଏଲିଫ୍ୟାଣ୍ଟ ସ୍କ୍ୱାଡ଼୍ ସଦସ୍ୟ ବସନ୍ତ ମହାନ୍ତଙ୍କର ମୃତ୍ୟୁ ଘଟିଛି।

ସୂଚନା ଅନୁସାରେ ଝାରବେଡ଼ ଗ୍ରାମ ନିକଟରେ ୭ ଟିକିଆ ହାତପଲ ବିଲରେ ପଶି ଫସଲ ନଷ୍ଟ କରୁଥିବା ଅଭିଯୋଗ ହୋଇଥିଲା। ଖବର ପାଇ ଗତକାଲି ରାତିରେ ବନ ବିଭାଗ କର୍ମଚାରୀ ଓ ଏଲିଫ୍ୟାଣ୍ଟ ସ୍କ୍ୱାଡ଼୍ କର୍ମଚାରୀ ସେଠାରେ ପହଞ୍ଚିଥିଲେ। ସେମାନେ ହାତୀକୁ ଘଉଡାଉ ଥିବାବେଳେ ହଠାତ ଏକ ଦନ୍ତା ହାତୀ ଗୋଠରୁ ଅଲଗା ହୋଇ ବନକର୍ମଚାରୀଙ୍କୁ ଗୋଡ଼ାଇଥିଲା।

ଏହାଦେଖି ସମସ୍ତ କର୍ମଚାରୀ ଦୌଡ଼ି ପଳାଇଥିବା ବେଳେ ବସନ୍ତ ଦନ୍ତା ହାବୁଡ଼ରେ ପଡ଼ି ଯାଇଥିଲେ। ଦନ୍ତାଟି ତାଙ୍କୁ ଟେକି କଚାଡ଼ି ଦେଇଥିଲା। ଫଳରେ ଘଟଣାସ୍ଥଳରେ ବସନ୍ତଙ୍କ ମୃତ୍ୟୁ ହୋଇଥିଲା। ଖବର ପାଇ ବରିଷ୍ଠ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ବ୍ୟବଚ୍ଛଦ ପାଇଁ ପଠାଯାଇଛି।

Leave A Reply

Your email address will not be published.