Latest Odisha News

BREAKING NEWS

ଶ୍ରୀମନ୍ଦିର ବରିଷ୍ଠ ସୁପରଭାଇଜରଙ୍କୁ ଆକ୍ରମଣ ଘଟଣା, ପନ୍ତିବଡ଼ୁ ସେବକ ନିଲମ୍ବିତ

ପୁରୀ: ଶ୍ରୀମନ୍ଦିର ବରିଷ୍ଠ ସୁପରଭାଇଜର ବକ୍ସି ରାମଚନ୍ଦ୍ର ପ୍ରତିହାରୀଙ୍କ ଉପରେ ଆକ୍ରମଣ ଘଟଣା । ଘଟଣାରେ ସମ୍ପୃକ୍ତି ନେଇ ରିପୋର୍ଟ ଆସିବା ପରେ କଡା କାର୍ଯ୍ୟାନୁଷ୍ଠାନ ନେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ଘଟଣାର ଅଭିଯୋଗରେ ପନ୍ତିବଡ଼ୁ ସେବକ ଚନ୍ଦନ ସାମନ୍ତରା ନିଲମ୍ବିତ । ଶ୍ରୀ ଜଗନ୍ନାଥ ମନ୍ଦିର ଆଇନ ଆଧାରରେ ମହାପ୍ରଭୁଙ୍କ ସେବା ପୂଜାରୁ ନିଲମ୍ବନ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ଶ୍ରୀମନ୍ଦିର ପରିସର କିମ୍ବା ରୋଷ ଘରେ ତାଙ୍କ ପ୍ରବେଶ ନିଷିଦ୍ଧ । ଶ୍ରୀମନ୍ଦିରରେ କୌଣସି ପ୍ରକାର ବିଶୃଙ୍ଖଳା ବରଦାସ୍ତ କରାଯିବନି ବୋଲି କହିଛନ୍ତି ମୁଖ୍ୟ ପ୍ରଶାସକ ।

ସୂଚନା ଅନୁସାରେ, ଗତକାଲି ଶ୍ରୀମନ୍ଦିର ବରିଷ୍ଠ ସୁପରଭାଇଜର ବକ୍ସି ରାମଚନ୍ଦ୍ର ପ୍ରତିହାରୀଙ୍କ ଉପରେ ମରଣାତ୍ମକ ଆକ୍ରମଣ କରିଥିଲେ କିଛି ଦୁର୍ବୃତ୍ତ। ଶ୍ରୀମନ୍ଦିର ପଶ୍ଚିମ ଦ୍ବାର ନିକଟରେ ସେବାୟତଙ୍କୁ ଭୁଜାଲିରେ ଆକ୍ରମଣ କରିଥିଲେ ଦୁର୍ବୁତ୍ତ । ଆକ୍ରମଣପରେ ଶ୍ରୀ ନାରାୟଣ ପ୍ରତିହାରୀଙ୍କୁ ଚିକିତ୍ସା ପାଇଁ ପୁରୀ ସଦର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ଏନେଇ ସିଂହଦ୍ୱାର ଥାନାରେ ମାମଲା ରୁଜୁ ହେବା ପରେ ତଦନ୍ତ ଆରମ୍ଭ କରିଥିଲା ପୋଲିସ ।

Leave A Reply

Your email address will not be published.