Latest Odisha News

BREAKING NEWS

ଓଡ଼ିଶାରେ ସୃଷ୍ଟି ହେବ ନିଯୁକ୍ତି ସୁଯୋଗ: ୩୪ ହଜାର କୋଟି ନିବେଶ କରିବ ହିଣ୍ଡାଲ୍‌କୋ

ଭୁବନେଶ୍ୱର,୧୯।୧୦: କେନ୍ଦ୍ର ରସାୟନ ଓ ସାର ମନ୍ତ୍ରଣାଳୟ ଅଧୀନ କେମିକାଲ ଓ ପେଟ୍ରୋକେମିକାଲ ବିଭାଗ ପକ୍ଷରୁ ମୁମ୍ବାଇରେ ଆୟୋଜିତ ହୋଇଛି ଇଣ୍ଡିଆ କେମ୍‌-୨୦୨୪। ଏଥିରେ ଏହି ସମାବେଶରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଯୋଗଦେଇ ନିବେଶକମାନଙ୍କୁ ଆମନ୍ତ୍ରଣ କରିଛନ୍ତି।

ଓଡ଼ିଶାରେ ଶିଳ୍ପାୟନ ପାଇଁ ଆଦିତ୍ୟ ବିର୍ଲା ଗ୍ରୁପ ଆଗ୍ରହ ଦେଖାଇଥିବା ଜାଣିବାକୁ ମିଳିଛି । ମୁମ୍ବାଇରେ ମୁଖ୍ୟମନ୍ତ୍ରୀଙ୍କୁ ବିର୍ଲା ଗ୍ରୁପ ଅଧ୍ୟକ୍ଷ ଭେଟିଛନ୍ତି । ସେହିପରି  ହିଣ୍ଡାଲ୍‌କୋ ପରିଚାଳନା ନିର୍ଦ୍ଦେଶକ ସତୀଶ ପାଇ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ରାଜ୍ୟରେ ହେବାକୁ ଥିବା ନିବେଶ ସମ୍ପର୍କରେ ଆଲୋଚନା କରିଛନ୍ତି। ଆଗାମୀ ଦିନରେ ଓଡ଼ିଶାରେ ୩୪ ହଜାର କୋଟି ଟଙ୍କା ପୁଞ୍ଜି ନିବେଶ କରିବାକୁ ହିଣ୍ଡାଲ୍‌କୋ ପକ୍ଷରୁ ନିଷ୍ପତ୍ତି ନେଇଛି। ଏହା ଦ୍ୱାରା ରାଜ୍ୟରେ ଅର୍ଥନୈତିକ ବିକାଶ ସହ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ।

Comments are closed.