Latest Odisha News

BREAKING NEWS

ବଢିଲା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା

ଭୁବନେଶ୍ୱର: ବଢିଲା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା । ସୋମବାର ରାଜ୍ୟ ସରକାର ସେମାନଙ୍କ ମହଙ୍ଗା ଭତ୍ତାକୁ ୩ ପ୍ରତିଶତ ବୃଦ୍ଧି କରିଛନ୍ତି । ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୦ ପ୍ରତିଶତରୁ ୫୩ ପ୍ରତିଶତକୁ ବୃଦ୍ଧି ପାଇଛି । ଏହା ଜୁଲାଇ ପହିଲା ୨୦୨୪ରୁ ପିଛିଲା ଭାବରେ ଲାଗୁ ହେବ ।

ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଅକ୍ଟୋବର ମାସ ଦରମାରେ ନଗଦ ଆକାରରେ ମିଳିବ ।

ଏହା ସହିତ ପେନ୍‌ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି । ସେମାନେ ମଧ୍ୟ ଅନୁରୂପ ଭାବେ ଅକ୍ଟୋବର ମାସ ପେନ୍‌ସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ । ଏହା ଦ୍ୱାରା ପ୍ରାୟ ସାଢେ ୭ ଲକ୍ଷ ସରକାରୀ କର୍ମଚାରୀ ଓ ପେନସନଭୋଗୀ ଉପକୃତ ହେବେ ।

Leave A Reply

Your email address will not be published.