Latest Odisha News

ରାଷ୍ଟ୍ରପତିଙ୍କ ୩ ଦିନିଆ ଓଡ଼ିଶା ଗସ୍ତ ବାତିଲ

ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ରାଷ୍ଟ୍ରପତିଙ୍କ ଗସ୍ତକୁ ସ୍ଥଗିତ ରଖାଯାଇଛି । ଆସନ୍ତା ୨୩ରୁ ୨୫ ଓଡ଼ିଶା ଗସ୍ତରେ ଆସିଥାନ୍ତେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ହେଲେ ଏହି ସମୟରେ ପ୍ରଶାସନିକସ୍ତରରେ ସମସ୍ୟା ସୃଷ୍ଟି ହେବାର ଆଶଙ୍କା ରଖି ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନିଆଯାଇଛି ।

ସୂଚନା ଅନୁସାରେ, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୩ଦିନିଆ ଓଡ଼ିଶା ଗସ୍ତରେ ଆସି ବାଙ୍ଗିରିପୋଷି, ରାଇରଙ୍ଗପୁର, ପୁରୀ ଓ ଭୁବନେଶ୍ବରରେ ଅନେକ କାର୍ଯ୍ୟକ୍ରମରେ ଯୋଗ ଦେବାର ଯୋଜନା ଥିଲା । ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆଜି ରାଷ୍ଟ୍ରପତି ଭବନ ଓ କେନ୍ଦ୍ର ଗୃହ ମନ୍ତ୍ରଣାଳୟକୁ ଅବଗତ କରିବା ପରେ ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମ ସ୍ଥଗିତ ରଖିବାକୁ ନିଷ୍ପତ୍ତି ହୋଇଥିବା ଜଣାପଡ଼ିଛି ।

ରାଷ୍ଟ୍ରପତିଙ୍କ ଗସ୍ତ ସ୍ଥଗିତ ନେଇ ମୟୁରଭଞ୍ଜ ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.