Latest Odisha News

BREAKING NEWS

ଭିଜିଲାନ୍ସ ଜାଲରେ ବୈତରଣୀ ବେସିନ୍ ମୁଖ୍ୟଯନ୍ତ୍ରୀ

ଭୁବନେଶ୍ଵର: ଭିଜିଲାନ୍ସ ଜାଲରେ ପୁଣି ଏକ ସରକାର ଯନ୍ତ୍ରୀ । ବୈତରଣୀ ବେସିନ୍ ମୁଖ୍ୟଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୈତରଣୀ ବେସିନ୍ ମୁଖ୍ୟଯନ୍ତ୍ରୀ କୈଳାଶ ଚନ୍ଦ୍ର ସାହୁଙ୍କ ଘରେ ଚଢ଼ାଉ । କୈଳାଶ ସାହୁଙ୍କ ପୈତୃକ ଘର ସମେତ ୧୦ଟି ସ୍ଥାନରେ ଚାଲିଛି ରେଡ୍ ।

ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ସକାଳୁ ସକାଳୁ ବୈତରଣୀ ବେସିନ୍ ମୁଖ୍ୟଯନ୍ତ୍ରୀ କୈଳାଶ ଚନ୍ଦ୍ର ସାହୁଙ୍କ ବାସଭବନ ସମେତ ୧୦ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ । ଭୁବନେଶ୍ବର, ପୁରୀ, କଟକ, ଯାଜପୁର, କେନ୍ଦୁଝରରେ ଚାଲିଛି ଏକକାଳୀନ ରେଡ୍ । କୈଳାସ ଚନ୍ଦ୍ର ସାହୁ କେନ୍ଦୁଝର ଓ ଭଦ୍ରକ ଜିଲ୍ଲା ଦାୟିତ୍ଵରେ ଅନେକ ଦିନ ଧରି ରହି ଆସୁଥିବା ବେଳେ ତାଙ୍କ ନାଁରେ ବିଭିନ୍ନ ସମୟରେ ଦୁର୍ନତୀ ନେଇ ଅଭିଯୋଗ ହେଉଥିଲା ।

Leave A Reply

Your email address will not be published.