Latest Odisha News

ବାତ୍ୟା ମୁକାବିଲା : ଭଟିଣ୍ଡାରୁ ଓଡ଼ିଶା ଆସୁଛନ୍ତି ୫ଟି ଏନଡିଆରଏଫ ଟିମ୍

ଭୁବନେଶ୍ବର: ରାଜ୍ୟରେ ସମ୍ଭାବ୍ୟ ବାତ୍ୟା ‘ଦାନା’ ଭୟଙ୍କର ରୂପ ନେଇ ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଛି। ଅନ୍ୟପକ୍ଷରେ ରାଜ୍ୟ ସରକାର ଜିରୋ କାଜୁଆଲିଟି ଉପରେ ଗୁରୁତ୍ୱ ଦେଇଛନ୍ତି। ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୧୦ଲକ୍ଷ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ପାଇଁ ପ୍ରସ୍ତୁତ ଅଛନ୍ତି। ବାତ୍ୟା ପ୍ରଭାବିତ ହେବାକୁ ଥିବା ୧୪ଟି ଜିଲ୍ଲାରେ ୫୧ଟି ଓଡ୍ରାଫ ଟିମ୍‌, ୧୭୮ଟି ଅଗ୍ନିଶମ ବାହିନୀ ଟିମ, ୨୦ଟି ଏନଡିଆରଏଫ ଟିମ୍ ମୁତୟନ କରାଯାଇଛି। ବାତ୍ୟାକୁ ଠିକ ଭାବରେ ପରିଚାଳନା ସହ ମୁକାବିଲା ପାଇଁ ଆଜି ରାତିରେ ଭଟିଣ୍ଡାରୁ ହେଲିକପ୍ଟର ଯୋଗେ ୫ଟି ଏନଡିଆରଏଫ ଟିମ୍ ଓଡ଼ିଶା ଆସୁଛନ୍ତି।

ଉଲ୍ଲେଖଯୋଗ୍ୟ, ଆଜି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମ୍ଭାବ୍ୟ ବାତ୍ୟା ମୁକାବିଲା ବୈଠକ ଅନୁଷ୍ଠିତ ହୋଇଯାଇଛି।  ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ୧୪ ଟି ଜିଲ୍ଲା ଅନୁଗୁଳ, ପୁରୀ, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର, ଢେଙ୍କାନାଳ, ଗଞ୍ଜାମ ଓ ମୟୂରଭଞ୍ଜ ଜିଲ୍ଲାକୁ ହାଇଆଲର୍ଟ ଜାରି କରାଯିବା ସହ ମୁକାବିଲା ପାଇଁ ଆବଶ୍ୟକ ପ୍ରସ୍ତୁତି ଓ ପଦକ୍ଷେପ ଗ୍ରହଣ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି।

Leave A Reply

Your email address will not be published.