Latest Odisha News

BREAKING NEWS

୨ଦିନ ବଢ଼ିଲା ମହିଳା କର୍ମଚାରୀମାନଙ୍କ ଅତିରିକ୍ତ ସାମୟିକ ଛୁଟି

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ମହିଳା କର୍ମଚାରୀମାନଙ୍କ ପାଇଁ ବାର୍ଷିକ ଅତିରିକ୍ତ ସାମୟିକ ଛୁଟି ୨ ଦିନ ବଢିଛି।। ପୂର୍ବରୁ ଥିବା ୧୦ ଦିନକୁ  ୧୨ଦିନ କରିଛନ୍ତି ମୋହନ ସରକାର । ଅତିରିକ୍ତ ସାମୟିକ ଛୁଟି ବଢାଇବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି । ପୂର୍ବ ସରକାର ମହିଳାମାନଙ୍କୁ ବର୍ଷକୁ ୧୦ଦିନ ଅତିରିକ୍ତ ସାମୟିକ ଛୁଟି ପ୍ରଦାନ କରୁଥିଲେ।

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ, ରାଜ୍ୟ ସରକାରଙ୍କ ମହିଳା କର୍ମଚାରୀମାନଙ୍କ ଅତିରିକ୍ତ ସାମୟିକ ଛୁଟି(ଆଡସିନାଲ କାଜୁଆଲ ଲିଭ୍‌) ୧୨ଦିନକୁ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ମହିଳାମାନେ ଏହି ଅତିରିକ୍ତ ଛୁଟି ପ୍ରଚଳିତ ୧୦ଦିନ ସାମୟିକ ଛୁଟି(କାଜୁଆଲ ଲିଭ) ଓ ୫ଦିନ ସ୍ୱତନ୍ତ୍ର ସାମୟିକ ଛୁଟି(ସ୍ପେଶାଲ ଲିଭ୍‌) ସହ ପାଇପାରିବେ ।

ଏହି ୧୨ଦିନ ଅତିରିକ୍ତ ସାମୟିକ ଛୁଟି ସେମାନେ ମାସକୁ ଗୋଟିଏ ଦିନ ନେଇପାରିବେ । ମହିଳାମାନଙ୍କ ଋତୁସ୍ରାବ ଏହି ଅତିରିକ୍ତ ଛୁଟି ପ୍ରଦାନ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି ।

 

 

Leave A Reply

Your email address will not be published.