Latest Odisha News

BREAKING NEWS

ବାତ୍ୟା ‘ଦାନା’ ପାଇଁ ୨୮ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ବର: ଆଗାମୀ ୨୮ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ବାତ୍ୟା ‘ଦାନା’ ଓ ପରବର୍ତ୍ତୀ ସାହାଯ୍ୟ ଏବଂ ପୁନରୁଦ୍ଧାର କାର୍ଯ୍ୟକୁ ଦୃଷ୍ଟିରେ ରଖି ଅକ୍ଟୋବର ୨୮ରେ ଭୁବନେଶ୍ବର, ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହିବ।

ଯେଉଁମାନେ ଏହି ଦିନ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ଅନଲାଇନ ଯୋଗେ ପଞ୍ଜୀକରଣ କରିଥିଲେ, ସେମାନେ ମୁଖ୍ୟମନ୍ତ୍ରୀଙ୍କ ପରବର୍ତୀ ଅଭିଯୋଗ ଶୁଣାଣି ପାଇଁ ପୁନଃ ପଞ୍ଜୀକରଣ କରିବାର ଆବଶ୍ୟକତା ନାହିଁ।

ସେମାନଙ୍କ ପାଇଁ ପରବର୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି।

Leave A Reply

Your email address will not be published.