Latest Odisha News

BREAKING NEWS

ମଧ୍ୟରାତ୍ରୀରେ ଲ୍ୟାଣ୍ଡଫଲ କଲା ବାତ୍ୟା ‘ଦାନା’, ସକାଳ ଯାଏଁ ରଚିଲା ତାଣ୍ଡବ

ଭୁବନେଶ୍ଵର: ମଧ୍ୟରାତ୍ରୀରେ ଲ୍ୟାଣ୍ଡଫଲ କଲା ବାତ୍ୟା ‘ଦାନା’ । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଭିତରକନିକାରୁ ଧାମରା ମଧ୍ୟରେ ଲ୍ୟାଣ୍ଡଫଲ କରିଛି ବାତ୍ୟା । ଭିତରକନିକା ହାବାଳିଖଟିରେ ବାତ୍ୟାର ଲ୍ୟାଣ୍ଡଫଲ । ମଧ୍ୟରାତ୍ରି ପ୍ରାୟ ସାଢେ ଗୋଟାଏରୁ ସାଢେ ୩ଟା ମଧ୍ୟରେ ସ୍ଥଳଭାଗ ଛୁଇଁଥିଲା ବାତ୍ୟା । ଦୀର୍ଘ ୫-୬ଘଣ୍ଟା ଧରି ଅର୍ଥାତ୍ ସ୍ଥଳଭାଗରେ ତାଣ୍ଡବ ରଚିଥିଲା ବାତ୍ୟା ଦାନା । ଲ୍ୟାଣ୍ଡଫଲ ସମୟରେ ପବନର ବେଗ ଘଣ୍ଟାପ୍ରତି ୧୧୦ରୁ ୧୨୦ କିଲୋମିଟର ଥିବା ବେଳେ ସମୁଦ୍ର କୂଳବର୍ତ୍ତୀ ଅଞ୍ଚଳରେ ପ୍ରବଳ ବର୍ଷା ଦେଖିବାକୁ ମିଳିଥିଲା ।

ଏବେ ‘ଦାନା’ ଧାମରାଠାରୁ ଉତ୍ତରକୁ ୧୫ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ରହିଛି। ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ସରିବା ପରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି। ଆଜି ପୂର୍ବାହ୍ନରେ ଦୂର୍ବଳ ହେବ ଦାନା। ବାତ୍ୟା ଦାନାର ପ୍ରଭାବରେ କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ଜଗତସିଂହପୁର ଜିଲ୍ଲାର ଅଧିକାଶଂ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ଦେଖିବାକୁ ମିଳିଛି। ବିଭିନ୍ନ ସ୍ଥାନରେ ବଡ଼ ବଡ଼ ଗଛ ଉପୁଡ଼ି ପଡିବା ସହ ଚାଳ ଛପର, ଆଜବେଷ୍ଟସ ଆଦି ଉଡ଼ିଯାଇଥିବା ଦେଖିବାକୁ ମିଳିଛି। ଗଛ ଡାଳ ପଡି କିଛି ସ୍ଥାନରେ ବିଦ୍ୟୁତ୍ ଓ ଟେଲିଫୋନ ତାର ଛିଣ୍ଡିଛି।

ସେପଟେ ବାତ୍ୟା ‘ଦାନା’ର ପ୍ରଭାବରେ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ। ଆଜି ପାଇଁ ରାଜ୍ୟର ୯ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି। ଅନୁଗୋଳ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ଯାଜପୁର, ଭଦ୍ରକ, ଢେଙ୍କାନାଳ ଓ ପୁରୀ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି ହୋଇଥିବା ବେଳେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ବୌଦ୍ଧ, ସୋନପୁର ଓ ନୟାଗଡ଼କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।

 

Leave A Reply

Your email address will not be published.