Latest Odisha News

BREAKING NEWS

ଦିନ ୧ଟା ସୁଦ୍ଧା ରାସ୍ତା ସଫେଇ କାମ ସରିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଅଧରାତିର ପ୍ରଳୟ ରଚିଛି ବାତ୍ୟା ‘ଦାନା’ । ‘ଦାନା’ ପ୍ରଭାବରେ ତିନି ଜିଲ୍ଲାରେ ବ୍ୟପକ କ୍ଷୟକ୍ଷତି ହୋଇଛି । କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ଜିଲ୍ଲାର ଅଧିକାଶଂ ସ୍ଥାନରେ ଅଧିକ କ୍ଷୟକ୍ଷତି ହୋଇଥିବା ଦେଖିବାକୁ ମିଳିଛି । ଆଜି ସକାଳୁ ସକାଳୁ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପହଞ୍ଚି ପୁଣି ଥରେ ବାତ୍ୟାର ସମୀକ୍ଷା କରିଛନ୍ତି। ସମୀକ୍ଷା ବୈଠକରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ପୁଲିସ ଡିଜି ଓ୍ବାଇ ବି ଖୁରାନିଆ ଓ ସ୍ବତନ୍ତ୍ର ରିଲିଫ୍ କମିସନର୍ ପ୍ରମୁଖ ଉପସ୍ଥିତ ଥିଲେ । ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳଙ୍କ ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ।

ବାତ୍ୟା ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆମର ଲକ୍ଷ ଥିଲା ଜିରୋ କାଜୁଆଲିଟି ଉପରେ । ଯେଉଁଥିରେ ଆମେ ସଫଳ ହୋଇଛୁ। ସଫଳ ମୁକାବିଲା ପାଇଁ ସବୁ ବିଭାଗକୁ ମୁଁ ପ୍ରଶଂସା କରୁଛି । କେଉଁ ଜିଲ୍ଲାରେ କେତେ କ୍ଷୟକ୍ଷତି ହୋଇଛି ତା’ର ଆକଳନ ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଦିନ ୧ଟା ସୁଦ୍ଧା ରାସ୍ତା ସଫେଇ କାମ ସରିବ। ସନ୍ଧ୍ୟା ୬ଟା ସୁଦ୍ଧା ବିଦ୍ୟୁତସେବା ସ୍ବାଭାବିକ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ସେ ଆହୁରି ମଧ୍ୟ କହିଛନ୍ତି ଯେ, ୬ ହଜାର ଗର୍ଭବତୀଙ୍କୁ ସ୍ଥାନାନ୍ତର କରାଯାଇଥିଲା । ବାତ୍ୟା କାଳରେ ୧୬ ଶହ ଶିଶୁ ଜନ୍ମ ନେଇଛନ୍ତି । ବାତ୍ୟା ‘ଦାନା’ ଦ୍ବାରା ପ୍ରଭାବିତ ହେବାକୁ ଥିବା ୧୧ଟି ଜିଲ୍ଲାର ଜିଲ୍ଲାପାଳଙ୍କ ସହିତ ବାତ୍ୟା ମୁକାବିଲା ପ୍ରସ୍ତୁତିର ଅଗ୍ରଗତି ସଂପର୍କରେ ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି ।

Leave A Reply

Your email address will not be published.