Latest Odisha News

ଝାଡ଼ଖଣ୍ଡ ନିର୍ବାଚନ ପାଇଁ ଷ୍ଟାର ପ୍ରଚାରକ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ନୂଆଦିଲ୍ଲୀ: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ଲାଗି ବିଜେପି ଜାରି କରିଛି ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା। ଏହି ତାଲିକାରେ ସାମିଲ ଅଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଝାଡ଼ଖଣ୍ଡରେ ଶାସକ ଜେଏମଏମକୁ  ହରାଇ ସରକାର ଗଢ଼ିବାକୁ ଲାଗିପଡ଼ିଛି ବିଜେପି। ଦୀର୍ଘ ବର୍ଷ ପରେ ଓଡ଼ିଶାରେ ବିଜେପି ସରକାର ଗଢ଼ିଥିବା ବେଳେ ମୁଖ୍ୟମନ୍ତ୍ରୀ ହୋଇଛନ୍ତି ମୋହନ ଚରଣ ମାଝୀଙ୍କୁ ଝାଡ଼ଖଣ୍ଡ ନିର୍ବାଚନରେ ପ୍ରଚାର ଦାୟିତ୍ବ ଦିଆଯାଇଛି।

 

ସେହିଭଳି ସମ୍ବଲପୁରର ସାଂସଦ ତଥା  କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ମଧ୍ୟ ପ୍ରଚାର ଦାୟିତ୍ବ ମିଳିଛି । ଏହି ଷ୍ଟାର ପ୍ରଚାରକ ତାଲିକାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଏବଂ କେନ୍ଦ୍ରମନ୍ତ୍ରୀ ଜେପି ନଡ୍ଡା, ଅମିତ ଶାହ, ରାଜନାଥ ସିଂହ, ନୀତିନ ଗଡକରୀ, ଏବଂ ଶିବାରାଜ ସିଂ ଚୌହାନ ପ୍ରମୁଖଙ୍କ ନାଁ ସାମିଲ ରହିଛି।

Comments are closed.