Latest Odisha News

୨ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଦୁଇ ଦିନିଆ ନୂଆଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆସନ୍ତା ୨୯ ଏବଂ ୩୦ ତାରିଖ ୨ ଦିନ ପାଇଁ ନୂଆଦିଲ୍ଲୀ ଗସ୍ତ କରିବେ । ଦିଲ୍ଲୀ ଠାରେ ଆୟୋଜିତ କେନ୍ଦ୍ର ସରକାରଙ୍କ ଏକ ବୈଠକରେ ସେ ଯୋଗଦେବା କାର୍ଯ୍ୟକ୍ରମ ରହିଛି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ବାତ୍ୟା ‘ଦାନା’ ପ୍ରଭାବରେ ଓଡ଼ିଶାରେ ହୋଇଥିବା କ୍ଷୟକ୍ଷତି ନେଇ କେନ୍ଦ୍ର ସରକାରଙ୍କ ସହ ଆଲୋଚନା କରିବା ନେଇ ଜଣାପଡିଛି । ଏହା ବ୍ୟତିତ କେତେଜଣ କେନ୍ଦ୍ରମନ୍ତ୍ରୀଙ୍କ ସହ ମଧ୍ୟ ତାଙ୍କର ସାକ୍ଷାତକରି କେତେକ ବିଷୟ ଉପରେ କଥାବାର୍ତ୍ତା ହେବାର କାର୍ଯ୍ୟକ୍ରମ ଥିବା ଜଣାପଡିଛି ।

Leave A Reply

Your email address will not be published.