Latest Odisha News

BREAKING NEWS

ସଡ଼କ ଦୁର୍ଘଟଣାରେ ଦେଶର ଦ୍ଵିତୀୟ ସ୍ଥାନରେ ଓଡିଶା: ପରିବହନ ମନ୍ତ୍ରୀ

ଭୁବନେଶ୍ୱର: ବିଗତ ୪ ବର୍ଷ ମଧ୍ୟରେ ଓଡ଼ିଶାରେ ପ୍ରାୟ ୧୮,୬୮୩ ଜଣ ବ୍ୟକ୍ତି ସଡକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଓଡିଶା ବିଧାନସଭାରେ ସୂଚନା ଦେଇଛନ୍ତି ରାଜ୍ୟ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ।

ବିଜେପି ନେତା ମୋହନ ମାଝୀଙ୍କ ଏକ ପ୍ରଶ୍ନର ଉତ୍ତର ଦେଇ ମନ୍ତ୍ରୀ ଏହା କହିଛନ୍ତି। ସଡ଼କ ପରିବହନ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ ୨୦୧୬ ରେ ୧୦,୫୩୨ ଟି ସଡ଼କ ଦୁର୍ଘଟଣା ହୋଇଥିବା ବେଳେ ଏଥିରେ ୪୪୬୩ ଜଣ ଲୋକ ପ୍ରାଣ ହରାଇଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି।

ସେହିପରି ୨୦୧୭ ମସିହାରେ ୧୦,୮୫୫ ଟି ସଡକ ଦୁର୍ଘଟଣା ହୋଇଥିବା ବେଳେ ସେଥିରେ ୪,୭୯୦ ଜଣ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ୨୦୧୮ ମସିହାରେ ୧୧,୨୨୨ଟି ସଡକ ଦୁର୍ଘଟଣାରେ ୫,୩୧୫ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ୨୦୧୯ ମସିହାରେ ଏପର୍ଯ୍ୟନ୍ତ ୮,୨୦୩ ଟି ସଡ଼କ ଦୁର୍ଘଟଣା ହୋଇଥିବା ବେଳେ ଏଥିରେ ପ୍ରାଣ ହରାଇଥିବା ଲୋକଙ୍କ ସଂଖ୍ୟା ୪,୧୧୫ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।

ଦେଶରେ ସଡ଼କ ଦୁର୍ଘଟଣା ସଂଖ୍ୟା ଦେଖିଲେ ଆମ ରାଜ୍ୟ ଓଡିଶା ଦ୍ଵିତୀୟ ସ୍ଥାନରେ ଆସିବ ବୋଲି ମନ୍ତ୍ରୀ ଶ୍ରୀ ବେହେରା ପ୍ରକାଶ କରିଛନ୍ତି ।

Leave A Reply

Your email address will not be published.