Latest Odisha News

BREAKING NEWS

ଆମ୍ବ କୋଇଲି ଯାଉ ଖାଇ ଗଲା ୨ ଜୀବନ, ୬ ଅସୁସ୍ଥ

କନ୍ଧମାଳ: ଆମ୍ବ ଟାକୁଆରେ ପ୍ରସ୍ତୁତ ଜାଉ ଖାଇ ୨ ଜଣଙ୍କ ମୃତ୍ୟୁ ଘଟିଛି। କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ଗଦାପୁର ପଞ୍ଚାୟତର ମଣ୍ଡିପଙ୍କା ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି। ଏଥିରେ ଅନ୍ୟ କିଛି ଲୋକ ଗୁରୁତର ଅସୁସ୍ଥ ହୋଇପଡ଼ିଥିବା ସୂଚନା ମିଳିଛି। କୁହାଯାଉଛି ଘଟଣାରେ ୬ ଜଣ ଅସୁସ୍ଥ ହୋଇଛନ୍ତି।

ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ମୃତକଙ୍କ ମଧ୍ୟରେ ଜଣେ ମହିଳା ଏବଂ ଜଣେ ଦିବ୍ୟାଙ୍ଗ ଯୁବତୀ ଥିବା ଜଣାପଡ଼ିଛି। ଏମ୍‌କେସିଜିରେ ମହିଳା ଓ ସ୍ଥାନାନ୍ତର ବେଳେ ଦିବ୍ୟାଙ୍ଗ ଯୁବତୀଙ୍କ ମୃତ୍ୟୁ ହୋଇଛି। ଆଉ ୬ ଗୁରୁତର ମହିଳାଙ୍କୁ ଏମ୍‌କେସିଜିରେ ଭର୍ତ୍ତି କରାଯାଇଛି ।

ଆଦିବାଦୀ ଅଧ୍ୟୁଷିତ ଏହି ଅଞ୍ଚଳରେ ବାରମ୍ବାର ଏପରି ଘଟଣା ଘଟୁଥିବା ସାମ୍ନାକୁ ଆସିଛି। ଦାରିଦ୍ର୍ୟ ଏବଂ ସଚେତନତା ଅଭାବରୁ ଲୋକମାନେ ଆମ୍ବ ଟାକୁଆକୁ ଜାଉ କରି ଖାଇବାକୁ ବାଧ୍ୟ ହେଉଛନ୍ତି। ଯାହା ଫଳରେ ଏପରି ଘଟଣା ଘଟୁଛି ବୋଲି ସ୍ଥାନୀୟ ଅଞ୍ଚଳର ବୁଦ୍ଧିଜୀବୀମାନେ ମତ ଦେଇଛନ୍ତି।

Comments are closed.