ବଲାଙ୍ଗୀର: ବଲାଙ୍ଗୀର ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏ ଅବସରରେ ଜିଲ୍ଲାରେ ଆୟୋଜିତ ଏକ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ବିଭିନ୍ନ ପ୍ରକଳ୍ପର ଶୁଭ ଉଦଘାଟନ ସହ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ୬୨୧ କୋଟି ବ୍ୟୟରେ ୨୭ଟି ପ୍ରକଳ୍ପର ଶିଳାନ୍ୟାସ ଓ ଶୁଭ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ।
ଆଜି ଏକ ସ୍ବତନ୍ତ୍ର ବିମାନରେ ମୁଖ୍ୟମନ୍ତ୍ରୀ ତୁଷୁରା ଏୟାରଫିଲ୍ଡରେ ଓହ୍ଲାଇଥିଲେ । ଏହା ପରେ ଏୟାରଫିଲ୍ଡକୁ ୨-ବି କ୍ଲାସ ଉନ୍ନତିକରଣ ପାଇଁ ୬୬ କୋଟି ଟଙ୍କାର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ ।
ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସହ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ, ରାଜ୍ୟ କ୍ୟାବିନେଟ ମନ୍ତ୍ରୀ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ, ସଂସଦୀୟ ବ୍ୟାପାର ବିଭାଗ, ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଭାଗ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗଙ୍କ ସମେତ ବଲାଙ୍ଗୀର ଲୋକସଭା ସାସଂଦ ସଙ୍ଗୀତା କୁମାରୀ ସିଂଦେଓ ପ୍ରମୁଖ ଉପସ୍ଥିତ ଥିଲେ ।