Latest Odisha News

ଦିଲ୍ଲୀରେ ଓଡ଼ିଆ ଯୁବତୀଙ୍କୁ ବଳାତ୍କାର ମାମଲାରେ ୩ ଗିରଫ

ଭୁବନେଶ୍ୱର: ଦିଲ୍ଲୀରେ ଓଡ଼ିଆ ଯୁବତୀଙ୍କୁ ବଳାତ୍କାର ମାମଲାରେ ୩ ଜଣ ଗିରଫ ହୋଇଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ୩ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି । ଅଧିକ ତଦନ୍ତ ପାଇଁ ଦିଲ୍ଲୀ ପୋଲିସକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଥିବା ସେ କହିଛନ୍ତି।

ସୂଚନାଯୋଗ୍ୟ, ଅକ୍ଟୋବର ୧୦ ଏବଂ ୧୧ ମଧ୍ୟରାତ୍ରିରେ ଦକ୍ଷିଣ ପୂର୍ବ ଦିଲ୍ଲୀର  ଏକ ଫ୍ଲାଏ ଓଭର ନିକଟରେ ୩୪ ବର୍ଷୀୟା ଯୁବତୀଙ୍କୁ ରକ୍ତାକ୍ତ ଅବସ୍ଥାରେ ଉଦ୍ଧାର କରାଯାଇଛି। ମହିଳା ଜଣକ ଓଡ଼ିଶାର ବାସିନ୍ଦା ହୋଇଥିବା ବେଳେ ତାଙ୍କୁ ଅନ୍ୟତ୍ର ବଳାତ୍କାର କରାଯାଇ ଏଠାରେ ଫିଙ୍ଗି ଦିଆଯାଇଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି। ଗତ ଅକ୍ଟୋବର ୧୧ରେ ଓଡ଼ିଆ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ହୋଇଥିଲା

ଡେପୁଟି କମିଶନର ରବି କୁମାର ସିଂ କହିଛନ୍ତି, ତାଙ୍କୁ ଏମ୍ସ ଟ୍ରମା ସେଣ୍ଟରକୁ ନିଆଯାଇଥିଲା।  ସେ ବର୍ତ୍ତମାନ ସେଠାରେ ଚିକିତ୍ସିତ ହେଉଛନ୍ତି। ସକାଳ ୩.୧୫ ରେ ଜଣେ ବ୍ୟକ୍ତି ସେମାନଙ୍କୁ ଖବର ଦେବା ପରେ ପୋଲିସ ପୀଡିତାଙ୍କୁ ଠାବ କରିଥିଲା।  ସେ କହିଛନ୍ତି, ଭାରତୀୟ ନ୍ୟାୟ ସଂହିତା (ବିଏନଏସ) ର ଧାରା ଅନୁଯାୟୀ ଏକ ମାମଲା ରୁଜୁ ହୋଇଥିଲା ଏବଂ ଅପରାଧୀଙ୍କୁ ଧରିବା ପାଇଁ ଏକାଧିକ ଦଳ ଗଠନ କରାଯାଇଛି। ପୋଲିସ ଏହି ଘଟଣାର ତଦନ୍ତ କରି ଘଟଣାର ଅଧିକ ସୂଚନା ସଂଗ୍ରହ କରିବା ପାଇଁ ଅଞ୍ଚଳର ସିସିଟିଭି ଫୁଟେଜ ଯାଞ୍ଚ କରୁଛି। ପୀଡିତା ବର୍ତ୍ତମାନ ସ୍ପଷ୍ଟ ସୂଚନା ଦେବାରେ ଅସମର୍ଥ ଥିବାରୁ ତାଙ୍କ ପରିବାର ଲୋକଙ୍କୁ ସୂଚନା ଦିଆଯାଇଛି। ସେମାନେ ଓଡିଶାରୁ ଦିଲ୍ଲୀ ଅଭିମୁଖେ ଆସୁଛନ୍ତି ବୋଲି ଡିସିପି କହିଛନ୍ତି।

Comments are closed.