ଭୁବନେଶ୍ବର: ଗତ କିଛି ଦିନ ହେବ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସଭାପତି ନବୀନ ପଟ୍ଟନାୟକଙ୍କ ସାଧାରଣ ନିର୍ବାଚନ ସିଟକୁ ନେଇ ନାନା ଆଲୋଚନା ପର୍ଯ୍ୟାଲୋଚନା ଚାଲିଛି। ଏନେଇ ସୋସିଆଲ ମିଡିଆରେ ରାଜନୈତିକ ପାଣିପାଗ ବେଶ ଉଷ୍ମ ରହିଥିବା ବେଳେ ଖୋଦ ନବୀନ ପଟ୍ଟନାୟକ ତାଙ୍କର ସୋସିଆଲ ମିଡ଼ିଆ ହ୍ୟାଣ୍ଡେଲ ଏକ୍ସରେ ଏସବୁକୁ ଦୃଢ ନିନ୍ଦା କରିଛନ୍ତି। କେତେକ ନ୍ୟସ୍ତ ସ୍ବାର୍ଥ ଲୋକ ଏପରି ମିଥ୍ୟା ଗୁଜବ କରୁଥିବା ସେ ଉଲ୍ଲେଖ କରିଛନ୍ତି।
ମୋର କଣ୍ଟାବାଞ୍ଜି ଓ ହିଞ୍ଜିଳିକାଟୁରୁ ନିର୍ବାଚନ ଲଢ଼ିବା ନେଇ କିଛି ନ୍ୟସ୍ତ ସ୍ୱାର୍ଥ ଥିବା ବ୍ୟକ୍ତିଙ୍କ ଦ୍ଵାରା ସାମାଜିକ ଗଣମାଧ୍ୟମରେ କରାଯାଉଥିବା ଗୁଜବ ଓ ମିଥ୍ୟା ପ୍ରଚାରର ଦୃଢ଼ ନିନ୍ଦା କରୁଛି।
ଏମାନେ ହେଉଛନ୍ତି ସେହି ନ୍ୟସ୍ତ ସ୍ୱାର୍ଥ ବ୍ୟକ୍ତି ଯେଉଁମାନେ ଗତ ନିର୍ବାଚନ ସମୟରେ ବିଭିନ୍ନ ବିଷୟରେ ମିଛ କାହାଣୀ ଶୁଣାଇ ଥିଲେ। ଏପରି…
— Naveen Patnaik (@Naveen_Odisha) November 5, 2024
ସେ ଲେଖିଛନ୍ତି, “ମୋର କଣ୍ଟାବାଞ୍ଜି ଓ ହିଞ୍ଜିଳିକାଟୁରୁ ନିର୍ବାଚନ ଲଢ଼ିବା ନେଇ କିଛି ନ୍ୟସ୍ତ ସ୍ୱାର୍ଥ ଥିବା ବ୍ୟକ୍ତିଙ୍କ ଦ୍ଵାରା ସାମାଜିକ ଗଣମାଧ୍ୟମରେ କରାଯାଉଥିବା ଗୁଜବ ଓ ମିଥ୍ୟା ପ୍ରଚାରର ଦୃଢ଼ ନିନ୍ଦା କରୁଛି। ଏମାନେ ହେଉଛନ୍ତି ସେହି ନ୍ୟସ୍ତ ସ୍ୱାର୍ଥ ବ୍ୟକ୍ତି ଯେଉଁମାନେ ଗତ ନିର୍ବାଚନ ସମୟରେ ବିଭିନ୍ନ ବିଷୟରେ ମିଛ କାହାଣୀ ଶୁଣାଇ ଥିଲେ। ଏପରିକି ରାଜନୈତିକ ଫାଇଦା ପାଇଁ ବିଭିନ୍ନ ବିଷୟକୁ ନେଇ ଗୁଜବ କରିବାକୁ ପଛାଇ ନଥିଲେ। ଏପରି ବିଭ୍ରାନ୍ତି ସୃଷ୍ଟି କରୁଥିବା ବ୍ୟକ୍ତିମାନେ ସମସ୍ତେ କିଏ ଓଡ଼ିଶାବାସୀ ଏବେ ଠିକ୍ ବୁଝିଲେଣି। ପ୍ରଭୁ ଜଗନ୍ନାଥ ଏପରି ଗୁଜବ ତଥା ଅପପ୍ରଚାରରୁ ଦୂରେଇ ରହିବା ପାଇଁ ସେମାନଙ୍କୁ ସଦବୁଦ୍ଧି ଦିଅନ୍ତୁ। “
Comments are closed.