ଭୁବନେଶ୍ୱର: ଓଡ଼ିଶା ସହିତ ଅନ୍ୟ ରାଜ୍ୟ ମାନଙ୍କର ବିବାଦର ହେବ ଶେଷ। ରାଜ୍ୟ ସରକାର ଏନେଇ ନେଇଛନ୍ତି ବଡ ପଦକ୍ଷେପ। ବିଭିନ୍ନ ରାଜ୍ୟ ସହିତ ଓଡ଼ିଶାର ଥିବା ବିବାଦର ସମାଧାନ ପାଇଁ ଏକ ମନ୍ତ୍ରୀ ସ୍ତରୀୟ କମିଟି ଗଠନ କରିବେ ରାଜ୍ୟ ସରକାର । ଲୋକ ସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି।
ସୂଚନା ଅନୁସାରେ, ଆୟୋଜିତ ବୈଠକରେ ବିଭିନ୍ନ ଆନ୍ତଃ ରାଜ୍ୟ ବିବାଦ ସମ୍ପର୍କରେ ବିସ୍ତୃତ ଆଲୋଚନା କରାଯାଇଥିଲା। ରାଜୟ ସହ ଜଡ଼ିତ ପୋଲାଭରମ, ବଂଶଧାରା, ମହାନଦୀ, କୋଟିଆ ପରି ବିଭିନ୍ନ ସମସ୍ୟା ସମ୍ପର୍କରେ ମଧ୍ୟ ଆଲୋଚନା କରାଯାଇଥିଲା।
ଆଲୋଚନାରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଆଡଭୋକେଟ ଜେନେରାଲ ପିତାମ୍ବର ଆଚାର୍ଯ୍ୟ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଉନ୍ନୟନ କମିଶନର ଅନୁ ଗର୍ଗ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓ ରଞ୍ଜନ କୁମାର ସିଂହ, ଆଇନ ବିଭାଗ ପ୍ରମୁଖ ସଚିବ ମାନସ ରଞ୍ଜନ ବାରିକ ପ୍ରମୁଖ ଉପସ୍ଥିତ ଥିଲେ।
Comments are closed.