ପଡୋଶୀ ରାଜ୍ୟ ସହିତ ଲାଗି ରହିଥିବା ଜିଲା ଗୁଡିକରେ ଯେପରି ବାହାର ରାଜ୍ୟର ଧାନ ନ ପଶିବ, ସେଥିପ୍ରତି ଜିଲ୍ଲାପାଳମାନେ ପ୍ରତ୍ୟକ୍ଷ ଭାବେ ନଜର ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ସୀମାବର୍ତ୍ତୀ ଅଞ୍ଚଳରେ କ୍ୟାମେରା ସଂଯୁକ୍ତ ଥିବା ଯାନ ମାଧ୍ୟମରେ ପେଟ୍ରୋଲିଂ ବ୍ୟବସ୍ଥାକୁ କଡାକଡି କରିବା ପାଇଁ ଏବଂ ମଣ୍ଡିମାନଙ୍କରେ ସିସିଟିଭି ଲଗାଇବା ଓ କଟନି-ଛଟନି କୁ ରୋକିବା ପାଇଁ ପଦକ୍ଷେପ ନେବାକୁ ମଧ୍ୟ ଗୁରୁତ୍ୱ ଦେଇଥିଲେ।
ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂହ ଏବଂ ସମବାୟ ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ରାଜେଶ ପ୍ରଭାକର ପାଟିଲ ନିଜ ନିଜ ବିଭାଗ ପକ୍ଷରୁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ।
ଆଲୋଚନାରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ସମବାୟ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ ପାଢୀ, ପ୍ରମୁଖ ଯୋଗଦେଇଥିଲେ।
Comments are closed.