Latest Odisha News

BREAKING NEWS

ଜାନୁଆରୀ ୩୧ ତାରିଖ ପର୍ଯ୍ୟନ୍ତ ବଢିଲା ତଦନ୍ତ କମିଶନଙ୍କ କାର୍ଯ୍ୟକାଳ

ଭୁବନେଶ୍ବର: ଭରତପୁର ଥାନାରେ ସେନା ମେଜର ଓ ତାଙ୍କ ବାନ୍ଧବୀଙ୍କୁ ପୁଲିସ ଦୁର୍ବ୍ୟବହାର ମାମଲାରେ ତଦନ୍ତ କରୁଥିବା ତଦନ୍ତ କମିଶନ ଜଷ୍ଟିସ ଚିତ୍ତରଂଜନ ଦାଶଙ୍କ କାର୍ଯ୍ୟକାଳ ବୃଦ୍ଧି ହୋଇଛି। ୨୦୨୫ ଜାନୁଆରୀ ୩୧ ତାରିଖ ଯାଏ ଏହାକୁ ବୃଦ୍ଧି କରାଯିବା ନେଇ ଆଜି ରାଜ୍ୟ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି।

ସୂଚନା ଅନୁଯାୟୀ,  ତଦନ୍ତ କମିଶନ ଜଷ୍ଟିସ ଚିତ୍ତରଂଜନ ଦାଶଙ୍କ କାର୍ଯ୍ୟକାଳ ନଭେମ୍ବର ୨୨ ତାରିଖରେ ଶେଷ ହେବାର ଥିଲା। ଭରତପୁର ମାମଲାରେ ଜଷ୍ଟିସ ଚିତ୍ତ ରଞ୍ଜନ ଦାସଙ୍କ ନେତୃତ୍ବରେ ଏକ କମିଶନ ଗଠନ କରାଯାଇଥିଲା। ଗଠିତ କମିଶନ ଏହି ମାମଲାରେ  ୫୦୦ ରୁ ଅଧିକ ଦାଖଲ ହୋଇଥିବା ସତ୍ୟପାଠର ଯାଞ୍ଚ ପରେ ସାକ୍ଷ୍ୟ ଗ୍ରହଣ ପାଇଁ ପ୍ରକ୍ରିୟା ଆରମ୍ଭ କରିଥିଲେ।

ଉଲ୍ଲେଖଯୋଗ୍ୟ, ଗତ ସେପ୍ଟେମ୍ବର ୧୪ ତାରିଖ ରାତିରେ ଭରତପୁର ଥାନାରେ ସେନା ମେଜର ଓ ତାଙ୍କ ବାନ୍ଧବୀଙ୍କୁ ପୁଲିସ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଥିଲା । ମେଜରଙ୍କ ସହ ତାଙ୍କ ବାନ୍ଧବୀ ରାତି ଗୋଟାଏ ବେଳେ ଅଭିଯୋଗ କରିବାକୁ ଯାଇଥିବା ବେଳେ ପୁଲିସ ଆକ୍ରମଣ କରିଥିବା ନେଇ ଥାନା ଆଇଆଇସିଙ୍କ ବିରୋଧରେ ଅଭିଯୋଗ ହୋଇଥିଲା। ଘଟଣାରେ ତତ୍କାଳୀନ ଥାନା ଆଇଆଇସି ଦୀନକୃଷ୍ଣ ମିଶ୍ର ଓ ୪ ଜଣ ପୋଲିସ କର୍ମଚାରୀଙ୍କୁ ନିଲମ୍ବନ କରାଯାଇଥିଲା। ବର୍ତ୍ତମାନ ସୁଦ୍ଧା କ୍ରାଇମବ୍ରାଞ୍ଚ ଏହି ଘଟଣାର ତଦନ୍ତ ଜାରି ରଖିଛି। ଘଟଣାର ତଦନ୍ତ ପାଇଁ  ଜଷ୍ଟିସ ଚିତ୍ତ ରଞ୍ଜନ ଦାସଙ୍କ ନେତୃତ୍ବରେ ତଦନ୍ତ କମିଶନ ମଧ୍ୟ ଗଠନ କରାଯାଇଛି।

Leave A Reply

Your email address will not be published.