Latest Odisha News

ଥରୁଛି ଓଡିଶା, ଆଗକୁ ଆହୁରି ଶୀତ

ଭୁବନେଶ୍ଵର: ଖସୁଛି ପାରଦ। ବଢୁଛି ଜାଡ। ରାଜ୍ୟରେ ତଳମୁହାଁ ହେଉଛି ରାତିର ତାପମାତ୍ରା। ରାଜ୍ୟର ବିଭିନ୍ନ ସ୍ଥାନରେ ଶୀତ ବଢିଥିବା ଦେଖିବାକୁ ମିଳୁଛି। ବିଭିନ୍ନ ସ୍ଥାନରେ ଘନ କୁହୁଡି ସହିତ ପ୍ରବଳ ଥଣ୍ଡା ଅନୁଭୁତ ହେଉଛି । ତେବେ ଆସନ୍ତା ୪ଦିନ ଯାଏ ରାଜ୍ୟରେ ଶୀତ ପ୍ରକୋପ ରହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ସେହିପରି ଘନ କୁହୁଡି ନେଇ ମଧ୍ୟ ସତର୍କତା ଜାରି କରାଯାଇଛି । ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ବରଗଡ଼, କନ୍ଧମାଳ ଏବଂ କଳାହାଣ୍ଡିରେ ମଧ୍ୟମ ଧରଣର କୁହୁଡିର ସମ୍ଭାବନା ରହିଛି ।

ବର୍ତ୍ତମାନ ରାତିର ତାପମାତ୍ରା ସ୍ବାଭାବିକ ଠାରୁ ୧ ରୁ ୨ ଡିଗ୍ରୀ ପର୍ଯ୍ୟନ୍ତ ଅଧିକ ରହିଛି । ଜି ଉଦୟଗିରିରେ ପାରଦ ସବୁଠୁ କମ୍‌ ୭.୨ ଡିଗ୍ରୀ ସେଲସିୟସ୍‌କୁ ଖସିଛି । ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୧୦.୫ ଡିଗ୍ରୀ ସେଲସିୟସ ରହିଥିବା ବେଳେ ଦାରିଙ୍ଗବାଡ଼ିରେ ୧୧.୫ ଡିଗ୍ରୀ ସେଲସିୟସ ରେକର୍ଡ ହୋଇଛି । ସେହିପରି ଭୁବନେଶ୍ବର ଏବଂ କଟକରେ ତାପମାତ୍ରା ୧୬.୦୮ଡିଗ୍ରୀ ରେକର୍ଡ ହୋଇଛି । ଅନ୍ୟପଟେ ରାଉରକେଲାରେ ୧୨.୨, ଝାରସୁଗୁଡ଼ାରେ  ୧୨.୪, ଭବାନୀପାଟଣାରେ ୧୩, କେନ୍ଦୁଝର ଓ  ସୁନ୍ଦରଗଡ଼ରେ ୧୪, ନବରଙ୍ଗପୁରରେ ୧୪.୫, ବଲାଙ୍ଗୀର  ଓ ଢେଙ୍କାନାଳରେ ୧୪.୯, ସୋନପୁରରେ ୧୫.୧,  ନୟାଗଡ଼ରେ ୧୫.୪ ଡିଗ୍ରୀ ରେକର୍ଡ ହୋଇଛି।

Leave A Reply

Your email address will not be published.