Latest Odisha News

ପୁଣି ଭିଜିବ ଓଡିଶା…ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ବର: ପୁଣି ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୩ ତେରିଖରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ସତର୍କ କରାଇଛି ପାଣିପାଗ ବିଭାଗ । ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ଦାନା ବାନ୍ଧୁଥିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ପାଣିପାଗ ବିଭାଗ କହିବା ଅନୁଯାୟୀ, ଆସନ୍ତା ୨୧ ତାରିଖ ସୁଦ୍ଧା ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି । କ୍ରମେ ଏହା ଘନୀଭୂତ ହୋଇ ୨୩ ତାରିଖରେ ଲଘୁଚାପ ରୂପ ନେବ । ପରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଅବପାତର ରୂପ ନେବ । ତେବେ ଲଘୁଚାପର ପ୍ରଭାବ କିଭଳି ରହିବ, ତାହା ଏଯାଏଁ ସ୍ପଷ୍ଟ ହୋଇ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ସେପଟେ କ୍ଷେତରେ ଧାନ ହସୁଥିବା ବେଳେ ଚାଷୀ ଭାଇଙ୍କ ଚିନ୍ତା ବଢାଇଲାଣି ଆଉ ଲଘୁଚାପ । ଧାନ ଅମଳ ସମୟ ହୋଇଥିବା ବେଳେ ଏବେ ପୁଣି ରାଜ୍ୟରେ ବର୍ଷା ଚାଷ ପ୍ରତି ବିପଦ ଆଣିପାରେ ।

 

Leave A Reply

Your email address will not be published.