Latest Odisha News

ଗୃହରେ ୨୦୨୪-୨୫ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ବିଧାନସଭାରେ ଉପସ୍ଥାପନ ହେଲା ଅତିରିକ୍ତ ବଜେଟ୍ । ୧୨ ହଜାର ୧୫୬ କୋଟି ଟଙ୍କାର ଅତିରିକ୍ତ ବଜେଟ୍ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବଜେଟ୍ ରେ ରତ୍ନଭଣ୍ଡାର ପାଇଁ ୫ କୋଟି ଟଙ୍କାର ବ୍ୟୟ ଅଟକଳ କରାଯାଇଛି । ଏଥିରେ ରତ୍ନଭଣ୍ଡାର ମରାମତି ଓ ରକ୍ଷଣାବେକ୍ଷଣ କରିବା ବ୍ୟବସ୍ଥା କରାଯିବ । ଶ୍ରୀମନ୍ଦିର ପରିକ୍ରମାର ବିସ୍ତୃତି ସୁବିଧା ବିକାଶ ପାଇଁ ୨୬ କୋଟି ଖର୍ଚ୍ଚ ହେବ ।

ସେହିପରି, ମଧୁବାବୁ ପେନସନ୍ ଯୋଜନାରେ ୩୩୮ କୋଟି ଟଙ୍କାର ବ୍ୟବସ୍ଥା ହୋଇଥିବାବେଳେ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ପାଇଁ ବଜେଟରେ ୬୪୪ କୋଟି ଟଙ୍କା ବ୍ୟୟ ଅଟକଳ ହୋଇଛି ।

ବନ୍ୟା ନିୟନ୍ତ୍ରଣ ଓ ଡ୍ରେନେଜ୍ ପାଇଁ ୬୬ କୋଟି ଟଙ୍କା ଖର୍ଚ୍ଚ ହେବ । ସିଏପିଏଫ୍ ମୁତୟନ ପାଇଁ ୨୯୯ କୋଟି ଟଙ୍କା ବ୍ୟୟବରାଦ ହୋଇଥିବାବେଳେ ପୁଲିସ ଷ୍ଟେସନ ଓ ଫାଣ୍ଡିରେ ସିସିଟିଭି ପାଇଁ ୫୧ କୋଟି ଟଙ୍କା ଖର୍ଚ୍ଚ ହେବ । ଅଗ୍ନିଶମ ସେବାର ଆଧୁନୀକିକରଣ ଓ ସମ୍ପ୍ରସାରଣ ପାଇଁ ୧୨୦ କୋଟି ଟଙ୍କା ଅଟକଳ ହୋଇଛି ।

ବଜେଟରେ ‘ସୁଭଦ୍ରା’ ଯୋଜନା ପାଇଁ ୧୧୯୬ କୋଟି ଟଙ୍କାର ବ୍ୟୟ ଅଟକଳ କରାଯାଇଛି ।

Leave A Reply

Your email address will not be published.