ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଶୀତର ଲହରି ଜାରି ରହିଛି । ସୁନ୍ଦରଗଡ଼ ଓ କନ୍ଧମାଳ ଆଦି ଜିଲ୍ଲାରେ ଘନ କୁହୁଡ଼ି ଦେଖିବାକୁ ମିଳୁଥିବାବେଳେ, କଳାହାଣ୍ଡି ସମେତ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ମଧ୍ୟମଧରଣ କୁହୁଡ଼ିର ଆସ୍ତରଣ ରହୁଛି । ଜି. ଉଦୟଗିରିରେ ୭.୬ ଡିଗ୍ରୀ ରେକର୍ଡ଼ ହୋଇଛି ।
ତେବେ ଆସନ୍ତା ତିନିଦିନ ସର୍ବନିମ୍ନ ତାପମାତ୍ରା ଅପରିବର୍ତ୍ତିତ ରହିବ । ପରବର୍ତ୍ତୀ ୨ ଦିନ ତାପମାତ୍ରା ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବ ବୋଲି ଭୁବନେଶ୍ବର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
ସେହିପରି ୨୮ରୁ ୧ ପର୍ଯ୍ୟନ୍ତ କେତେକ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଏହା ଭିତରେ ତାପମାତ୍ରା ୨ ରୁ ୩ ଡିଗ୍ରୀ ସେଲସିୟସ୍ ବଢ଼ିପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।