Latest Odisha News

BREAKING NEWS

ବିଧାନସଭା ଶୀତକାଳୀନ ଅଧିବେଶନର ଆଜି ଦ୍ବିତୀୟ ଦିନ; କିଭଳି ଚାଲିବ ଗୃହ ତା’ଉପରେ ନଜର

ଭୁବନେଶ୍ବର: ଆଜି ବିଧାନସଭା ଶୀତ ଅଧିବେଶନର ଦ୍ବିତୀୟ ଦିନ । ସ୍ବାଭାବିକ ହେବ ନା ସରଗରମ ରହିବ ଗୃହ ତା ଉପରେ ରହିଛି ସମସ୍ତଙ୍କ ନଜର । ପ୍ରଥମ ଦିନରେ ଆମ୍ବଟାକୁଆ ମୃତ୍ୟୁ ପ୍ରସଙ୍ଗରେ ବିଧାନସଭାରେ ହଙ୍ଗାମା କରିଥିଲେ କଂଗ୍ରେସ ବିଧାୟକ । ଘଟଣାରେ ବିଚାର ବିଭାଗୟୀ ତଦନ୍ତ ଦାବି କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବିରେ ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ବାଚସ୍ପତି ସୁରମା ପାଢୀଙ୍କୁ ବାରମ୍ବାର ଗୃହକୁ ମୁଲତବୀ ଘୋଷଣା କରିବାକୁ ପଡ଼ିଥିଲା ।

ତେଣୁ ଆଜି ଦ୍ବିତୀୟ ଦିନରେ ଗୃହକାର୍ଯ୍ୟ କିଭଳି ରହିବ ତାହା ବଡ଼ ପ୍ରଶ୍ନ । କୃଷି ଓ କୃଷକ ସଶକ୍ତିକରଣ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ଶକ୍ତି, ସମବାୟ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ, ବୟନ ଶିଳ୍ପ, ଏମଏସଏମଇ, ବିଜ୍ଞାନ ଓ କାରିଗରୀ ବିଭାଗର ପ୍ରଶ୍ନ କାଳ ରହିଛି ।

ଶୂନ୍ୟକାଳରେ ଆଇନ ଶୃଙ୍ଖଳା, ଆମ୍ବ ଟାକୁଆ ଜାଉ ମୃତ୍ୟୁ, ରେଲୱେ ୱାଲଟିଅର ଡିଭିଜନ ଉଠିଯିବା ପ୍ରସଙ୍ଗ ବିରୋଧୀ ଉଠାଇ ପାରନ୍ତି ।

ତେବେ ବିଧାନସଭା ଶୀତକାଳୀନ ଅଧିବେଶନ ମଙ୍ଗଳବାର ଠାରୁ ଆରମ୍ଭ ହୋଇଥିବାବେଳେ ଡିସେମ୍ବର ୩୧ ତାରିଖ ଯାଏଁ ଚାଲିବ ଏହି ଅଧିବେଶନ । ଚଳିତବର୍ଷ ଅଧିବେଶନରେ ୩୦ଟି କାର୍ଯ୍ୟ ଦିବସ ରହିଛି ।

Leave A Reply

Your email address will not be published.